୨୪ ଘଣ୍ଟାରେ ଦେଶରେ ୭, ୯୯୨ କରୋନା ସଂକ୍ରମିତ ଏବଂ ୩୯୩ ମୃତ

ଦିଲ୍ଲୀ: ଡିସେମ୍ବର ୧୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭, ୯୯୨ ରହିଛି । କେରଳରେ ସର୍ବାଧିକ ୩, ୯୭୨ ଜଣ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ୯, ୨୬୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୧୪ ହଜାର ୩୩୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୧୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭, ୯୯୨ ରହିଛି । କେରଳରେ ସର୍ବାଧିକ ୩, ୯୭୨ ଜଣ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ୯, ୨୬୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୧୪ ହଜାର ୩୩୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୩ ହଜାର ୨୭୭ ରହିଛି । ୨୪ ଘଣ୍ଟାରେ ଦେଶରେ ୩୯୩ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୫ ହଜାର ୧୨୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୭୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୬୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୧.୯୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।