୨୪ ଘଣ୍ଟାରେ ଦେଶରେ ୭, ୩୫୦ କରୋନା ସଂକ୍ରମିତ ଏବଂ ୨୦୨ ମୃତ

ଦିଲ୍ଲୀ: ଡିସେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୩୫୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୯୭୩ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୩୦ ହଜାର ୭୬୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୧ ହଜାର […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୧୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୩୫୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୯୭୩ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୩୦ ହଜାର ୭୬୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୧ ହଜାର ୪୫୬ ରହିଛି । ୨୪ ଘଣ୍ଟାରେ ଦେଶରେ ୨୦୨ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୫ ହଜାର ୬୩୬ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୬୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୩.୧୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।