୨୪ ଘଣ୍ଟାରେ ଦେଶରେ ୫,୭୮୪ କରୋନା ସଂକ୍ରମିତ ଏବଂ ୨୫୨ ମୃତ

ଦିଲ୍ଲୀ: ଡିସେମ୍ବର ୧୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫, ୭୮୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୯୯୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୩୮ ହଜାର ୭୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୮ […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୧୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫, ୭୮୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୯୯୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୩୮ ହଜାର ୭୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୮ ହଜାର ୯୯୩ ରହିଛି । ୨୪ ଘଣ୍ଟାରେ ଦେଶରେ ୨୫୨ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୫ ହଜାର ୮୮୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୫୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୩.୮୮ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।