୨୪ ଘଣ୍ଟାରେ ଦେଶରେ ୭, ୪୪୭ କରୋନା ସଂକ୍ରମିତ ଏବଂ ୩୯୧ ମୃତ
ଦିଲ୍ଲୀ: ଡିସେମ୍ବର ୧୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୪୪୭ ରହିଛି । ୨୪ ଘଣ୍ଟା ମଧ୍ୟରେ ୭,୮୮୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୬୨ ହଜାର ୭୬୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୬ ହଜାର ୪୧୫ […]
ଦିଲ୍ଲୀ: ଡିସେମ୍ବର ୧୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୪୪୭ ରହିଛି । ୨୪ ଘଣ୍ଟା ମଧ୍ୟରେ ୭,୮୮୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୧ ଲକ୍ଷ ୬୨ ହଜାର ୭୬୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୬ ହଜାର ୪୧୫ ରହିଛି । ୨୪ ଘଣ୍ଟାରେ ଦେଶରେ ୩୯୧ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୬ ହଜାର ୮୬୯ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୩୫.୯୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




