୨୪ ଘଣ୍ଟାରେ ଦେଶରେ ୬, ୩୧୭ କରୋନା ସଂକ୍ରମିତ ଏବଂ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୨୧୩

ଦିଲ୍ଲୀ: ଡିସେମ୍ବର ୨୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬, ୩୧୭ ରହିଛି । ୨୪ ଘଣ୍ଟା ମଧ୍ୟରେ ୬, ୯୦୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୦୧ ହଜାର ୯୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୮ ହଜାର […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୨୨ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬, ୩୧୭ ରହିଛି । ୨୪ ଘଣ୍ଟା ମଧ୍ୟରେ ୬, ୯୦୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୦୧ ହଜାର ୯୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୮ ହଜାର ୧୯୦ ରହିଛି । ୨୪ ଘଣ୍ଟାରେ ଦେଶରେ ୩୧୮ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୮ ହଜାର ୩୨୫ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୫୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୫୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୩୮.୯୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୨୧୩ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ୨୮ ଜଣ ସଂକ୍ରମିତ ରହିଥିଲା ବେଳେ ରାଜସ୍ଥାନରେ ୧୮, ଦିଲ୍ଲୀରେ ୧୭ ଜଣ ସଂକ୍ରମିତ ହୋଇଛନ୍ତି ।