୨୪ ଘଣ୍ଟାରେ ଦେଶରେ ୭, ୧୮୯ କରୋନା ସଂକ୍ରମିତ ଏବଂ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୪୧୫

ଦିଲ୍ଲୀ: ଡିସେମ୍ବର ୨୫ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୧୮୯ ରହିଛି । ୨୪ ଘଣ୍ଟା ମଧ୍ୟରେ ୭,୨୮୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୨୩ ହଜାର ୨୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୭ ହଜାର ୦୩୨ […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୨୫ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୧୮୯ ରହିଛି । ୨୪ ଘଣ୍ଟା ମଧ୍ୟରେ ୭,୨୮୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୨୩ ହଜାର ୨୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୭ ହଜାର ୦୩୨ ରହିଛି । ୨୪ ଘଣ୍ଟାରେ ଦେଶରେ ୩୮୭ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଥିଲା ବେଳେ ଏମାନଙ୍କୁ ମିଶାଇ ଏବେ ମୋଟ ୪ ଲକ୍ଷ ୭୯ ହଜାର ୫୨୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୦ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୬୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୪୧.୦୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୪୧୫ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୧୧୫ ଜଣ ସୁସ୍ଥ ହୋଇଛନ୍ତି ।