୨୪ ଘଣ୍ଟାରେ ଦେଶରେ ୯,୧୯୫ କରୋନା ସଂକ୍ରମିତ ଏବଂ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୭୮୧
ଦିଲ୍ଲୀ: ଡିସେମ୍ବର ୨୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୧୯୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୩୪୭ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୫୧ ହଜାର ୨୯୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୭ ହଜାର […]
ଦିଲ୍ଲୀ: ଡିସେମ୍ବର ୨୯ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୧୯୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୩୪୭ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୪୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୫୧ ହଜାର ୨୯୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୭ ହଜାର ୦୦୨ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୬୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦. ୭୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୪୩.୧୫ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ, ଦେଶରେ ୭୮୧ ଜଣ ଓମିକ୍ରନ୍ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୨୪୧ ଜଣ ସୁସ୍ଥ ହୋଇଛନ୍ତି ।




