୨୪ ଘଣ୍ଟାରେ ଦେଶରେ ୧୩,୧୫୪ କରୋନା ସଂକ୍ରମିତ ଏବଂ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୯୬୧

ଦିଲ୍ଲୀ: ଡିସେମ୍ବର ୩୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩, ୧୫୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୪୮୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୫୮ ହଜାର ୭୭୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୨ […]

Samaya Live Picture
Published On

ଦିଲ୍ଲୀ: ଡିସେମ୍ବର ୩୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩, ୧୫୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୪୮୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮. ୩୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୫୮ ହଜାର ୭୭୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮୨ ହଜାର ୪୦୨ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୭୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୦.୧୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୪୩. ୮୩ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୯୬୧ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୩୨୦ ଜଣ ସୁସ୍ଥ ହୋଇଛନ୍ତି ।