ଦେଶରେ ବଢ଼ିଛୁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୬, ୭୬୪ ସଂକ୍ରମିତ
ଦିଲ୍ଲୀ: ଡିସେମ୍ବର ୩୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬, ୭୬୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୫୮୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୬୬ ହଜାର ୩୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୧ ହଜାର […]
ଦିଲ୍ଲୀ: ଡିସେମ୍ବର ୩୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬, ୭୬୪ ରହିଛି । ୨୪ ଘଣ୍ଟା ମଧ୍ୟରେ ୭, ୫୮୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୩୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୬୬ ହଜାର ୩୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୧ ହଜାର ୩୬୧ ରହିଛି ଏବଂ ୨୨୦ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୦.୮୯ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧. ୩୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୪୪.୫୪କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।
ଅନ୍ୟପକ୍ଷରେ, ଦେଶରେ ୧, ୨୭୦ ଜଣ ଓମିକ୍ରନ୍ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୩୭୪ ଜଣ ସୁସ୍ଥ ହୋଇଛନ୍ତି ।




