ଦେଶରେ ବଢ଼ିଛୁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୩୩, ୭୫୦ ସଂକ୍ରମିତ, ଓମିକ୍ରମନ୍‌ଙ୍କ ସଂଖ୍ୟା ୧,୭୦୦କୁ ଟପିଲା

ଦିଲ୍ଲୀ: ଜାନୁଆରୀ ୦୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩, ୭୫୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୦, ୮୪୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୨୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୯୫ ହଜାର ୪୦୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ଲକ୍ଷ ୪୫ […]

Samaya Live Picture
Published On

ଦିଲ୍ଲୀ: ଜାନୁଆରୀ ୦୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩, ୭୫୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୧୦, ୮୪୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୮.୨୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୯୫ ହଜାର ୪୦୭ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧ଲକ୍ଷ ୪୫ ହଜାର ୫୮୨ ରହିଛି ଏବଂ ୧୨୩ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୧ ହଜାର ୮୯୩ କୁ ବୃଦ୍ଧି ପାଇଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧. ୬୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୩. ୮୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୪୫ .୬୮କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୧,୭୦୦ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୬୩୯ ଜଣ ସୁସ୍ଥ ହୋଇସାରିଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୫୧୦ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଥିଲା ବେଳେ ଦିଲ୍ଲୀରେ ୩୫୧ ଏବଂ କେରଳରେ ୧୫୬ ଜଣ ସଂକ୍ରମିତ ହୋଇସାରିଲେଣି ।