ଦେଶରେ ବଢ଼ିଛୁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ଟପିଲା

ଦିଲ୍ଲୀ: ଜାନୁଆରୀ ୦୮ : ଦେଶରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଲାଣି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୪୧ ହଜାର ୯୮୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪୦, ୮୯୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୭.୩୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୪ ଲକ୍ଷ ୧୨ ହଜାର ୭୪୦ ଜଣ କରୋନାରୁ ସୁସ୍ଥ […]

Samaya Live Picture
Published On

ଦିଲ୍ଲୀ: ଜାନୁଆରୀ ୦୮ : ଦେଶରେ କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଲାଣି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୪୧ ହଜାର ୯୮୬ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪୦, ୮୯୫ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ସୁସ୍ଥତା ହାର ୯୭.୩୦ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୪ ଲକ୍ଷ ୧୨ ହଜାର ୭୪୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି ।

ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୪ ଲକ୍ଷ ୭୨ ହଜାର ୧୬୯ ରହିଛି ଏବଂ ୨୮୫ ଜଣ ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୪ଲକ୍ଷ ୮୩ ହଜାର ୪୬୩ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୫. ୬୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୯.୨୮ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୫୦ .୦୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୩,୦୭୧ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୧,୨୦୩ ଜଣ ସୁସ୍ଥ ହୋଇସାରିଛନ୍ତି ।