୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୫୮ ହଜାରରୁ ଊର୍ଦ୍ଧ୍ୱ ଏବଂ ୩୮୫ ମୃତ

ଦିଲ୍ଲୀ: ଜାନୁଆରୀ ୧୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୫୮ ହଜାର ୦୮୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୫୧ ହଜାର ୭୪୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୪. ୨୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୨ ଲକ୍ଷ ୩୭ ହଜାର ୪୬୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ […]

Samaya Live Picture
Published On

ଦିଲ୍ଲୀ: ଜାନୁଆରୀ ୧୭ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୫୮ ହଜାର ୦୮୯ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୫୧ ହଜାର ୭୪୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୪. ୨୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୨ ଲକ୍ଷ ୩୭ ହଜାର ୪୬୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୬ ଲକ୍ଷ ୫୬ ହଜାର ୩୪୧ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୪. ୪୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୯. ୬୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୫୭ .୨୦ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୮. ୨୦୯ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଥିଲା ବେଳେ ୩, ୧୦୯ ଜଣ ସୁସ୍ଥ ହୋଇସାରିଲେଣି ।