୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷକୁ ଟପିଲା ଏବଂ ୪୯୧ ମୃତ

ଦିଲ୍ଲୀ: ଜାନୁଆରୀ ୨୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୫୩୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୨୩ ହଜାର ୯୯୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୬୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୮ ଲକ୍ଷ ୦୭ ହଜାର ୦୨୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ […]

Samaya Live Picture
Published On

ଦିଲ୍ଲୀ: ଜାନୁଆରୀ ୨୦ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୫୩୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୨୩ ହଜାର ୯୯୦ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୬୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୫୮ ଲକ୍ଷ ୦୭ ହଜାର ୦୨୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୧୯ ଲକ୍ଷ ୨୪ ହଜାର ୦୫୧ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୬. ୦୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧୬. ୪୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୫୯ .୬୭ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୯ ହଜାର ୨୮୭ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି ।