୨୪ ଘଣ୍ଟାରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ଏବଂ ୪୩୯ ମୃତୁ୍ୟ

ଦିଲ୍ଲୀ: ଜାନୁଆରୀ ୨୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୦୬ ହଜାର ୦୬୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୪୩ ହଜାର ୪୯୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୦୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୬୮ ଲକ୍ଷ ୦୪ ହଜାର ୧୪୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ […]

Samaya Live Picture
Published On

ଦିଲ୍ଲୀ: ଜାନୁଆରୀ ୨୪ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୦୬ ହଜାର ୦୬୪ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୪୩ ହଜାର ୪୯୫ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୩. ୦୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୬୮ ଲକ୍ଷ ୦୪ ହଜାର ୧୪୫ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୨ ଲକ୍ଷ ୪୯ ହଜାର ୩୩୫ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୧୭.୦୩ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨୦.୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୬୨ . ୨୬ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି । ୨୪ ଘଣ୍ଟାରେ ୪୩୯ ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ ଏମାନଙ୍କୁ ମିଶାଇ ଏବେ ଦେଶରେ ମୋଟ୍‌ ୪ ଲକ୍ଷ ୮୯ ହଜାର ୮୪୮ ଜଣ କରୋନାରେ ମୃତୁ୍ୟବରଣ କରିସାରିଲେଣି ।