ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୬୭, ୫୯୭ ସଂକ୍ରମିତ ଚିହ୍ନଟ
ଦିଲ୍ଲୀ: ଫେବୃଆରୀ ୦୮ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି, ହେଲେ ମୃତୁ୍ୟ ସଂଖ୍ୟା ବଢ଼ୁଥିବା ଦେଖାଯାଉଛି । ଯାହା ଏକ ଚିନ୍ତାର ବିଷୟ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ୫୯୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୮୦ ହଜାର ୪୫୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୬. ୪୬ ପ୍ରତିଶତ […]
ଦିଲ୍ଲୀ: ଫେବୃଆରୀ ୦୮ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି, ହେଲେ ମୃତୁ୍ୟ ସଂଖ୍ୟା ବଢ଼ୁଥିବା ଦେଖାଯାଉଛି । ଯାହା ଏକ ଚିନ୍ତାର ବିଷୟ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭ ହଜାର ୫୯୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୮୦ ହଜାର ୪୫୬ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୬. ୪୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୦୮ ହଜାର ୪୦ ହଜାର ୬୫୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯ ଲକ୍ଷ ୯୪ ହଜାର ୮୯୧ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୮. ୩୦ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୫ .୦୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୭୦. ୨୧ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




