ଦ୍ରୁତଗତିରେ କମୁଛି ଦେଶରେ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୫୦, ୪୦୭ ସଂକ୍ରମିତ ଏବଂ ୧ଲକ୍ଷ ୩୬ ହଜାରରୁ ଅଧିକ ସୁସ୍ଥ
ଦିଲ୍ଲୀ: ଫେବୃଆରୀ ୧୨ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ହଜାର ୪୦୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୩୬ ହଜାର ୯୬୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ […]
ଦିଲ୍ଲୀ: ଫେବୃଆରୀ ୧୨ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ହଜାର ୪୦୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୩୬ ହଜାର ୯୬୨ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭. ୩୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୧୪ ଲକ୍ଷ ୬୮ ହଜାର ୧୨୦ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୬ ଲକ୍ଷ ୧୦ ହଜାର ୪୪୩ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୫. ୦୭ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୩ . ୪୮ ପ୍ରତିଶତ ରହିଛି । ସେହିପରି ଦେଶରେ ୨୪ ଘଣ୍ଟାରେ ୮୦୪ ଜଣ ପ୍ରାଣ ହରାଛନ୍ତି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୭୨. ୨୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




