୨୪ ଘଣ୍ଟାରେ ଦେଶରେ ୩୦, ୭୫୭ କରୋନା ସଂକ୍ରମିତ ଚିହ୍ନଟ, ୫୪୧ ମୃତ
ଦିଲ୍ଲୀ: ଫେବୃଆରୀ ୧୭ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ୭୫୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬୭ ହଜାର ୫୩୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୦୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ […]
ଦିଲ୍ଲୀ: ଫେବୃଆରୀ ୧୭ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ୭୫୭ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬୭ ହଜାର ୫୩୮ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୦୩ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୧୯ ଲକ୍ଷ ୧୦ ହଜାର ୯୮୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୯୧୮ ରହିଛି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୩. ୦୪ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨. ୬୧ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍ ୧୭୪. ୨୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।




