୨୪ ଘଣ୍ଟାରେ ଦେଶରେ ୨୫, ୯୨୦ କରୋନା ସଂକ୍ରମିତ ଚିହ୍ନଟ ଏବଂ ୪୯୨ ମୃତ

ଦିଲ୍ଲୀ: ଫେବୃଆରୀ ୧୮ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫ ହଜାର ୯୨୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬୬ ହଜାର ୨୫୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୧୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୧୯ ଲକ୍ଷ ୭୭ ହଜାର ୨୩୮ ଜଣ […]

Samaya Live Picture
Published On

ଦିଲ୍ଲୀ: ଫେବୃଆରୀ ୧୮ : କିଛି ଦିନ ହେବ ଦେଶରେ କରୋନା ସଂକ୍ରମିତଙ୍କ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫ ହଜାର ୯୨୦ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୬୬ ହଜାର ୨୫୪ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୮. ୧୨ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୪ କୋଟି ୧୯ ଲକ୍ଷ ୭୭ ହଜାର ୨୩୮ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ସେହିପରି ୨୪ ଘଣ୍ଟାରେ ୪୯୨ ଜଣଙ୍କର ମୃତୁ୍ୟ ହୋଇଛି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨ ଲକ୍ଷ ୯୨ ହଜାର ୦୯୨ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨. ୭୬ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨. ୦୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୭୪. ୬୪ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।