୨୪ ଘଣ୍ଟାରେ ଦେଶରେ ୩୧,୯୨୩ କରୋନା ସଂକ୍ରମିତ ଓ ୩୧,୯୯୦ ସୁସ୍ଥ
ଦିଲ୍ଲୀ: ସେପ୍ଟେମ୍ବର ୨୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧, ୯୨୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୧,୯୯୦ ଜଣ ସୁସ୍ଥ ହୋଇଛନ୍ତି । ତେବେ କେରଳରେ ସର୍ବାଧିକ ୧୯, ୬୭୫ ଜଣ ଆଜି ଚିହ୍ନଟ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୭୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି […]
ଦିଲ୍ଲୀ: ସେପ୍ଟେମ୍ବର ୨୩ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧, ୯୨୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୧,୯୯୦ ଜଣ ସୁସ୍ଥ ହୋଇଛନ୍ତି । ତେବେ କେରଳରେ ସର୍ବାଧିକ ୧୯, ୬୭୫ ଜଣ ଆଜି ଚିହ୍ନଟ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୭.୭୭ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୧ ହଜାର ୬୪୦ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୮୨ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪.୪୬ ଲକ୍ଷ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୧୧ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୦୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୮୩.୩୯ କୋଟିରୁ ଅଧିକ କରୋନା ଟିକା ନେଇସାରିଲେଣି ।




