୨୪ ଘଣ୍ଟାରେ ଦେଶରେ ୩୫, ୬୬୨ କରୋନା ସଂକ୍ରମିତ ଓ ୨୮୧ ମୃତ

ଦିଲ୍ଲୀ: ସେପ୍‌ଟେମ୍ବର ୧୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫, ୬୬୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୩, ୭୯୮ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥତା ହାର ୯୭.୬୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୬ ଲକ୍ଷ ୩୨ ହଜାର ୨୨୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୪୦ […]

Samaya Live Picture
Published On

ଦିଲ୍ଲୀ: ସେପ୍‌ଟେମ୍ବର ୧୮ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫, ୬୬୨ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୩, ୭୯୮ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥତା ହାର ୯୭.୬୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୬ ଲକ୍ଷ ୩୨ ହଜାର ୨୨୨ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୩୯ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୮୧ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୪୪ ହଜାର ୫୨୯ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୦୨ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୨.୪୬ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୩ କୋଟି ୩୪ ଲକ୍ଷ ୧୭ ହଜାର ୩୯୦ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି । ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୨.୫ କୋଟି ଲୋକ କରୋନା ଟୀକା ନେଇଛନ୍ତି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ଦେଶରେ ୭୯ କୋଟି ୪୨ ଲକ୍ଷ ୮୭ ହଜାର ୬୯୯ ଜଣ ଟୀକା ନେଇସାରିଲେଣି ।