୨୪ ଘଣ୍ଟାରେ ଦେଶରେ ୨୬,୧୧୫ କରୋନା ସଂକ୍ରମିତ ଓ ୩୪, ୪୬୯ ସୁସ୍ଥ
ଦିଲ୍ଲୀ: ସେପ୍ଟେମ୍ବର ୨୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬, ୧୧୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୪,୪୬୯ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି, ଯାହ ଏକ ଆଶ୍ୱସ୍ତିକର କଥା । ସୁସ୍ଥତା ହାର ୯୭.୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୭ ଲକ୍ଷ ୪୯ ହଜାର ୫୭୪ ଜଣ କରୋନାରୁ […]
ଦିଲ୍ଲୀ: ସେପ୍ଟେମ୍ବର ୨୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬, ୧୧୫ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୪,୪୬୯ ଜଣ ସୁସ୍ଥ ହୋଇଛନ୍ତି । ସଂକ୍ରମିତଙ୍କ ଅପେକ୍ଷା କରୋନା ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି, ଯାହ ଏକ ଆଶ୍ୱସ୍ତିକର କଥା । ସୁସ୍ଥତା ହାର ୯୭.୭୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୨୭ ଲକ୍ଷ ୪୯ ହଜାର ୫୭୪ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୩ ଲକ୍ଷ ୦୯ ହଜାର ୫୭୫ ରହିଛି ।
ଅନ୍ୟପକ୍ଷେ, ଗତ ୨୪ ଘଣ୍ଟାରେ ୨୫୨ ଜଣଙ୍କର କରୋନାରୁ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ କରୋନାରେ ୪ ଲକ୍ଷ ୪୫ ହଜାର ୩୮୫ ରୋଗୀଙ୍କର ମୃତୁ୍ୟ ହୋଇସାରିଲାଣି ।
ଦେଶରେ ସାପ୍ତାହିକ ସଂକ୍ରମଣ ହାର ୨.୦୮ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧.୮୫ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୩ କୋଟି ୩୫ ଲକ୍ଷ ୦୪ ହଜାର ୫୩୪ ଜଣ କରୋନାରେ ସଂକ୍ରମିତ ହୋଇସାରିଲେଣି ।




