୨୪ ଘଣ୍ଟାରେ ଲକ୍ଷେ ୬୦ ହଜାର ଉପରକୁ ଆକ୍ରାନ୍ତ, ଓମିକ୍ରନ୍‌ ସଂଖ୍ୟା ୪ ହଜାରକୁ ବୃଦ୍ଧି

ଦିଲ୍ଲୀ: ଜାନୁଆରୀ ୧୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୬୮ ହଜାର ୦୬୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪୬, ୫୬୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୬.୯୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୫ ଲକ୍ଷ ୭୦ ହଜାର ୦୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା […]

Samaya Live Picture
Published On

ଦିଲ୍ଲୀ: ଜାନୁଆରୀ ୧୧ : ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୬୮ ହଜାର ୦୬୩ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୪୬, ୫୬୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ ସୁସ୍ଥତା ହାର ୯୬.୯୫୯ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ ୩ କୋଟି ୪୫ ଲକ୍ଷ ୭୦ ହଜାର ୦୬୩ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏବେ ଦେଶରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୮ ଲକ୍ଷ ୨୧ ହଜାର ୪୪୬ ରହିଛି ।

ଦେଶରେ ସାପ୍ତାହିକ ସଂକ୍ରମଣ ହାର ୮. ୮୫ ପ୍ରତିଶତ ରହିଥିଲାବେଳେ ଦୈନିକ ସଂକ୍ରମଣ ହାର ୧ ୬୪ ପ୍ରତିଶତ ରହିଛି । ଏପର୍ଯ୍ୟନ୍ତ ଦେଶରେ ମୋଟ୍‌ ୧୫୨ .୮୯ କୋଟି ଲୋକ କରୋନା ଟିକା ନେଇଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ, ଦେଶରେ ୪, ୪୬୧ ଜଣ ଓମିକ୍ରନ୍‌ରେ ସଂକ୍ରମିତ ହୋଇସାରିଲେଣି । ଏମାନଙ୍କ ମଧ୍ୟରୁ ୧,୭୧୧ ଜଣ ସୁସ୍ଥ ହୋଇସାରିଛନ୍ତି ।