ମର୍ମନ୍ତୁଦ ସଡକ ଦୁର୍ଘଟଣା,୯ ମୃତ
କୋଲକାତା : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ । ଆଜି ସକାଳେ ପଶ୍ଚିମବଙ୍ଗର ପୁରୁଲିଆ ନିକଟ ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏକ ବାହାଘର ଭୋଜି ଖାଇ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନା ଅନୁସାରେ, ଆଜି ସକାଳ ୬ ଟା ସମୟରେ ପଶ୍ଚିମବଙ୍ଗ ପୁରୁଲିଆ ବଳରାମପୁର NH […]
କୋଲକାତା : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ । ଆଜି ସକାଳେ ପଶ୍ଚିମବଙ୍ଗର ପୁରୁଲିଆ ନିକଟ ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏକ ବାହାଘର ଭୋଜି ଖାଇ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ, ଆଜି ସକାଳ ୬ ଟା ସମୟରେ ପଶ୍ଚିମବଙ୍ଗ ପୁରୁଲିଆ ବଳରାମପୁର NH ରେ ଘଟିଯାଇଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲା । ମୃତକମାନେ ପୁରୁଲିଆ ବରବଜାର ଅଞ୍ଚଳରେ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ କାର୍ରେ ଯାଇଥିଲେ । ଭୋଜି ଖାଇ ଆଜି ସକାଳୁ ଝାଡଖଣ୍ଡ ଫେରୁଥିବାବେଳେ ବଳରାମପୁର ନାମସୋଲର ୧୮ ନଂ ଜାତୀୟ ରାଜପଥରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରୁ ୯ ଜଣ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପଶ୍ଚିମବଙ୍ଗ ପୁଲିସ୍ ପହଂଚି ଉଭୟ ଗାଡିକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।




