୨୪ ଘଣ୍ଟାରେ ରାଜ୍ୟରେ ୫୫୯ କରୋନା ସଂକ୍ରମିତ

ଭୁବନେଶ୍ୱର: ଅକ୍‌ଟୋବର ୨୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ ୧୮ ବର୍ଷ ବୟସରୁ କମ୍‌ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୨୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୩୮ ରହିଛି । ଖୋର୍ଦ୍ଧାରେ ସର୍ବାଧିକ ୨୭୯ କରୋନା ସଂକ୍ରମିତ ଚିହ୍ନଟ ହୋଇନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୬ ହଜାର ୫୩୯ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।

ସେହିପରି ୨୪ ଘଣ୍ଟାରେ ୬୧୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୨୯୬ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୭୮୫ ରହିଛି ।

 

Comments are closed.