ସମ୍ଭାବ୍ୟ ବାତ୍ୟା ପାଇଁ ବିଭାଗୀୟ ଅଧିକାରୀଙ୍କ ଛୁଟି ବାତିଲ

0

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବୃଷ୍ଟିପାତ ନେଇ ନଗର ଉନ୍ନୟନ ବିଭାଗର ପ୍ରସ୍ତୁତି । ସମସ୍ତ ସହରାଞ୍ଚଳରେ ଜରୁରୀକାଳୀନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଛୁଟି ବାତିଲ ଛୁଟି ବାତିଲ କରାଯାଇଛି । ଏହାସହିତ ଅଧିକାରୀଙ୍କୁ ଷ୍ଟେସନ ନଛାଡିବାକୁ ନଗର ଉନ୍ନୟନ ମନ୍ତ୍ରୀ ସୂଚନା ଦେଇଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ସମସ୍ତ ସହରାଞ୍ଚଳଗୁଡ଼ିକରେ ଥିବା ଓ୍ୱାଟର ଲଗିଂ ଜାଗାକୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ଆଲର୍ଟରେ ରଖାଯିବ । ରନ୍ଧା ଖାଦ୍ୟ ଏବଂ ପିଇବା ପାଣି ମହଜୁଦ ରଖିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଓ୍ୱାଟର ସପ୍ଲାଏ ଏବଂଡିଜି ସେଟ୍‌କୁ ପ୍ରସ୍ତୁତ ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

​​​​​​​​​​​​​​ସୂଚନାନୁସାରେ, ସିଭିୟର ସାଇକ୍ଲୋନିକଷ୍ଟର୍ମ ‘ମୋନ୍ଥା’ ଆନ୍ଧ୍ରପ୍ରଦେଶର କଳିଙ୍ଗପଟନମ ଏବଂ ମଛଲିପଟନମ ଠାରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୨୮ ତାରିଖ ସନ୍ଧ୍ୟାରେ କାକିନାଡ଼ାର ସ୍ଥଳଭାଗ ଛୁଇଁବ ବୋଲି ବାତ୍ୟା ଆଞ୍ଚଳିକ ପାଣିପାଗ ନିର୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।

Launching Ceremony of “AYUSHMAN BHARAT
Leave A Reply

Your email address will not be published.