ଖୁସିର ଦିନ ‘ବଡ଼ଦିନ’ର ମହତ୍ୱ

ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍‌ଧାମ୍‌ ସହିତ ପ୍ରତିବର୍ଷ ଡିସେମ୍ବର ୨୫ରେ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍‌ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ । ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ […]

Samaya Live Picture
Published On

ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ବଡ଼ଦିନକୁ ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍‌ଧାମ୍‌ ସହିତ ପ୍ରତିବର୍ଷ ଡିସେମ୍ବର ୨୫ରେ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍‌ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ।

ଖୁସିର ଦିନ ‘ବଡ଼ଦିନ’ର ମହତ୍ୱ
ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।

ବାଇବେଲ୍‌ରେ ନ୍ୟୁ ଟେଷ୍ଟାମେଣ୍ଟ୍‌ (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍‌ରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍‌ ଓ ମାତା ମେରି (ମରିୟମ୍‌) ବେଥ୍ଲେହେମ୍‌ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେ„ାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ ।

ଖୁସିର ଦିନ ‘ବଡ଼ଦିନ’ର ମହତ୍ୱ
ଦେବଦୂତ ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଥିଲା ।
ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କି;ୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ େୱଷ୍ଟଣ୍ଣ୍‌ର୍ ଖ୍ରୀଷ୍ଟିୟାନ୍‌ ଚର୍ଚ୍ଚ (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ । ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍‌ ପାଞ୍ଜି ବା କ୍ୟାଲେଣ୍ଡର୍‌ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍‌ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍‌ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍‌ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ ।

ଖୁସିର ଦିନ ‘ବଡ଼ଦିନ’ର ମହତ୍ୱ
ଜୁଲିଆନ୍‌ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍‌ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ର୍ନିଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।