ହରେକୃଷ୍ଣ ମହତାବ 

ଶୁଭ ଜନ୍ମଦିନ

 ହରେକୃଷ୍ଣ ମହତାବ 
Ipsita Picture
By: Ipsita


ଜଣେ ବିଶିଷ୍ଟ ଲେଖକ , ସ୍ୱାଧୀନତା ସଂଗ୍ରାମୀ ତଥା ଭାରତୀୟ ଜାତୀୟ କଂଗ୍ରେସର ବରିଷ୍ଠ ନେତା ଭାବେ ପରିଚିତ ଥିଲେ ହରେକୃଷ୍ଣ ମହତାବ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ସେ ୧୯୪୬-୫୦ ଯାଏଁ କାମ କରିଥିଲେ । ସେ ଉତ୍କଳ କେଶରୀ ନାମରେ ମଧ୍ୟ ଜଣାଶୁଣା । ହରେକୃଷ୍ଣ ମହତାବ ଓଡ଼ିଶାର ଭଦ୍ରକ ଜିଲ୍ଲାର ଆଗରପଡ଼ାଠାରେ ଜମିଦାର ପରିବାରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ କୃଷ୍ଣ ଚରଣ ମହତାବ ଓ ମାତାଙ୍କ ନାମ ତୋହଫା ବିବି ଥିଲା । ଭଦ୍ରକ ହାଇସ୍କୁଲରୁ ମାଟ୍ରିକ ପଢ଼ା ପରେ ସେ କଟକର ରେଭେନ୍ସା କଲେଜରେ ନାମ ଲେଖାଇଥିଲେ, କିନ୍ତୁ ସେଠାରୁ ସେ ୧୯୨୧ରେ ପାଠପଢ଼ା ଛାଡ଼ି ସ୍ୱାଧୀନତା ଆନ୍ଦୋଳନରେ ଭାଗନେଇଥିଲେ । ୧୯୨୩-୨୪ରେ ହରେକୃଷ୍ଣ ଓଡ଼ିଶା ପ୍ରଜା ଆନ୍ଦୋଳନର ନେତୃତ୍ୱ ଗ୍ରହଣ କରି କାରାବରଣ ଗ୍ରହଣ କରିଥିଲେ । ୧୯୨୪-୧୯୨୮ ମସିହା ମଧ୍ୟରେ ସେ ବାଲେଶ୍ୱର ଜିଲ୍ଲା ବୋର୍ଡର ଚେୟାରମ୍ୟାନ ଭାବରେ ନିର୍ବାଚିତ ହୋଇଥିଲେ । ୧୯୨୪ ମସିହାରେ ସେ ତତ୍କାଳୀନ ବିହାର-ଓଡ଼ିଶା ପ୍ରଦେଶର ସଭ୍ୟ ରୂପେ ନିର୍ବାଚିତ ହୋଇଥିଲେ । ୧୯୩୭ରେ ସେ ଓଡ଼ିଶା ରାଜ୍ୟ କଂଗ୍ରେସରେ ସଭାପତି ଭାବେ ଯୋଗଦାନ କରିଥିଲେ । ୧୯୩୮ରେ ସେ ଜାତୀୟ କଂଗ୍ରେସର କାର୍ଯ୍ୟକାରୀ ସମିତିର ସଭ୍ୟରୂପେ ମନୋନୀତ ହୋଇଥିଲେ । ୧୯୪୬ରୁ ୧୯୫୦ ପର୍ଯ୍ୟନ୍ତ ଓ ପୂନର୍ବାର ୧୯୫୬ରୁ ୧୯୬୧ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୧୯୫୦ରୁ ୧୯୫୨ ପର୍ଯ୍ୟନ୍ତ ସେ କେନ୍ଦ୍ର ଶିଳ୍ପ, ବାଣିଜ୍ୟ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଗଡ଼ଜାତ ମିଶ୍ରଣ, ଭୁବନେଶ୍ୱରରେ ନୂଆ ରାଜଧାନୀ ପ୍ରତିଷ୍ଠା, ଓଡ଼ିଶା ଟେକ୍ସଟାଇଲ ମିଲ ପ୍ରତିଷ୍ଠା, କଟକ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା, ବାରବାଟୀ ଷ୍ଟାଡିୟମ ନିର୍ମାଣ ଓ ହୀରାକୁଦ ବନ୍ଧ ନିର୍ମାଣରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା । ଓଡ଼ିଶା ଅଲିମ୍ପିକ ଆସୋସିଏସନର ସେ ଥିଲେ ପ୍ରତିଷ୍ଠାତା ସଭାପତି । ୧୯୨୩ ମସିହାରେ ସେ ଖବରକାଗଜ ପ୍ରଜାତନ୍ତ୍ର ଆରମ୍ଭ କରିଥିଲେ । ଏହି ମହାନ ଜନନାୟକଙ୍କର ଦେହାନ୍ତ ୨ ଜାନୁଆରୀ ୧୯୮୭ ମସିହାରେ ହୋଇଥିଲା ।

Read More ବିର୍ସା ମୁଣ୍ଡା

Tags:

Related Posts