ଜାନକୀ ବଲ୍ଲଭ ପଟ୍ଟନାୟକ
ଆଜି ଜନ୍ମଦିନ
ଜଣେ ରାଜନୀତିଜ୍ଞ, ବାଗ୍ମୀ, ସାମ୍ବାଦିକ ଓ ଲେଖକ ଭାବେ ପରଚିତ ଥିଲେ ଜାନକୀ ବଲ୍ଲଭ ପଟ୍ଟନାୟକ। ୧୯୨୭ ମସିହା ଜାନୁଆରୀ ୩ତାରିଖରେ ରାମଶ୍ବେରରେ ଠାରେ ଜନ୍ମ ଗ୍ରହଣ କରିଥିଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ । ଆସାମର ରାଜ୍ୟପାଳ, ତିରୁପତି ରାଷ୍ଟ୍ରୀୟ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳାଧିପତି, ଅଖିଳ ଭାରତୀୟ ପ୍ରାଚ୍ୟବିଦ୍ୟା ସମ୍ମେଳନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ତାଙ୍କର ରହିଛି ଅନନ୍ୟ ଖ୍ୟାତି । ସେ 'ଇଷ୍ଟର୍ଣ୍ଣ ଟାଇମ୍ସ' ଖବରକାଗଜରୁ ସାମ୍ବାଦିକ ଭାବେ ନିଜର କର୍ମଜୀବନ ଆରମ୍ଭ କରି ପରେ ତାହାର ସମ୍ପାଦକ ହୋଇଥିଲେ । ସେ ଓଡ଼ିଆ ଦୈନିକ ପ୍ରଜାତନ୍ତ୍ରର ମଧ୍ୟ ସମ୍ପାଦକ ହୋଇ କାର୍ଯ୍ୟ କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ସଂସ୍କୃତରେ ସ୍ନାତକ ଉପାଧି ହାସଲ କରିବା ପରେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ସ୍ନାତକୋତ୍ତର ଶିକ୍ଷା ପରେ ସେ ଇଷ୍ଟର୍ଣ୍ଣ ଟାଇମ୍ସ ଖବରକାଗଜରେ ସାମ୍ବାଦିକ ଭାବେ କର୍ମଜୀବନ ଆରମ୍ଭ କରିଥିଲେ । ଜାନକୀବଲ୍ଲଭ କୈଶୋରରୁ ଛାତ୍ର ରାଜନୀତି ସହ ଜଡ଼ିତ ଥିଲେ । ୧୯୫୦ ମସିହାରେ ସେ ରାଜ୍ୟ ଯୁବକଂଗ୍ରେସ ସଭାପତି ଥିଲେ । ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ କମିଟି ସଦସ୍ୟ ସେ ରହିଥିଲେ । ଇନ୍ଦିରା ଗାନ୍ଧୀଙ୍କ କ୍ୟାବିନେଟ୍ରେ ମନ୍ତ୍ରୀ ହୋଇଥିଲେ । ୧୯୮୦ ଜୁନ ମାସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦ ଅଳଙ୍କୃତ କରିଥିଲେ । ୧୯୯୫ ମସିହାରେ ସେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ । ୨୦୦୯ ମସିହାରେ ତତ୍କାଳୀନ କଂଗ୍ରେସ ନେତୃତ୍ୱାଧୀନ କେନ୍ଦ୍ର ସରକାର ଜାନକୀବଲ୍ଲଭଙ୍କୁ ଆସାମର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ । ସେହିବର୍ଷ ଡିସେମ୍ବର ୧୧ତାରିଖରେ ସେ ମହାମହିମ ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ଏହି ମହାନ ରାଜନେତାଙ୍କର ୨୦୧୫ ଏପ୍ରିଲ ୨୧ ତାରିଖରେ ଦେହାନ୍ତ ହୋଇଥିଲା ।
Related Posts



