ଯୋଗୀ ଶ୍ରୀ ଅରବିନ୍ଦ 

ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି

 ଯୋଗୀ ଶ୍ରୀ ଅରବିନ୍ଦ 
Ipsita Picture
By: Ipsita


ଶ୍ରୀ ଅରବିନ୍ଦ ହେଉଛନ୍ତି ଏକାଧାରାରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ଜଣେ ମହାନ ନେତା ଭାବେ ପରିଚିତ । ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳତ‰ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ । ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ । ଏହି ମହାନ ଆତ୍ମାଙ୍କର ୧୯୫୦ ମସିହା ଡିସେମ୍ବର ୫ରେ ପରଲୋକ ହୋଇଥିଲା ।

Read More   ରମାଦେବୀ

Tags:

Related Posts

 ନବକୃଷ୍ଣ ଚୌଧୁରୀ

ନବକୃଷ୍ଣ ଚୌଧୁରୀ

  ରମାଦେବୀ

  ରମାଦେବୀ