୨୧ ତାରିଖ ସୁଦ୍ଧା ଲଘୁଚାପ ୨୩ରେ ଅବପାତ ସମ୍ଭାବନା

0

ଭୁବନେଶ୍ୱର : ଅକ୍ଟୋବରରେ ପୁଣି ଲଘୁଚାପ ଆଶଙ୍କା । ଆସନ୍ତା ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ୨୩ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବ । ତେବେ ଅକ୍ଟୋବରରେ ୨ଟି ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛି ଆମେରିକାର ଜିଏଫ୍‌ଏସ୍‌ ମଡେଲ୍‌ । ଫଳରେ ଅକ୍ଟୋବରରେ ଓଡ଼ିଶାରେ ପୁଣି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ଯଦିଓ ଏନେଇ ଚିତ୍ର ଏବେ କିଛି ସ୍ପଷ୍ଟ ହୋଇନାହିଁ, କିନ୍ତୁ ସମ୍ଭାବନାକୁ ଏଡ଼ାଇ ଯାଇ ହେବନି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଆଞ୍ଚଳିକ ପାଣିପାଗ ବିଭାଗ ଏନେଇ ସ୍ପଷ୍ଟ ସୂଚନା ଦେଇ ନାହିଁ ।

ସେହିପରି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଶୁକ୍ରବାର ଓ ଶନିବାର ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଅକ୍ଟୋବର ୧୯ ଓ ଅକ୍ଟୋବର ୨୦ ତାରିଖରେ ଉପକୂଳ ଜିଲ୍ଲାଗୁଡିକ ସମେତ କୋରାପୁଟ, ରାୟଗଡା, ମାଲକାନଗିରି ଜିଲ୍ଲାଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୨୧ଓ ୨୨ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ୨୩ ଅକ୍ଟୋବରରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

Launching Ceremony of “AYUSHMAN BHARAT
Leave A Reply

Your email address will not be published.