କଟକ : ଆଜି ରାଜ୍ୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ଶେଷକୃତ୍ୟ I ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଵରାଷ୍ଟ୍ର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ଵରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ସ୍ୱରୂପ ନାୟକଙ୍କ ମରଶରୀର କଟକ ସ୍ଥିତ ବାସଭବନରେ ରଖାଯାଇଛି। ସେଠାରେ ବହୁ ବିଶିଷ୍ଟ କଳାକାରଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ପହଞ୍ଚି ତାଙ୍କର ଶେଷ ଦର୍ଶନ କରିଛନ୍ତି।
ସୂଚନାନୁସାରେ,ଗତକାଲି ଅପରାହ୍ନରେ ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ପରଲୋକ ହୋଇଥିଲା । ସେ ଦୀର୍ଘଦିନ ଧରି ଗଳା କ୍ୟାନ୍ସର ସହ ଲଢୁଥିବା ସ୍ୱରୂପଙ୍କର ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଗତ ୫ ଦିନ ତଳେ ଗୁରୁତର ଅସୁସ୍ଥ ହୋଇ କଟକର ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପତ୍ନୀ ନିହାରିକାଙ୍କ ସହିତ ୨ ଝିଅ ନିଦ୍ରା ଓ ନିବୃତି ଉପସ୍ଥିତ ରହିଥିଲେ I
ସ୍ୱରୂପ ନାୟକ ୮ ଫେବୃଆରୀ ୧୯୪୭ରେ ଜନ୍ମ ଗ୍ରହଣ କରିଥିଲେ ସ୍ୱରୂପନାୟକ। ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ। ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ।

Comments are closed.