ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ ୨୦୨୪ ପାଳିତ

ଭୁବନେଶ୍ୱର:ଲୋକସେବା ଭବନ କନଭେନସନ୍ ସେଣ୍ଟରରେ ଆୟୋଜିତ ହୋଇଛି ରାଜ୍ୟ ସ୍ତରୀୟ ଜାତୀୟ ଉପଭୋକ୍ତା ଦିବସ ୨୦୨୪। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଉପଭୋକ୍ତା ସୁରକ୍ଷା ଅଭିଯାନକୁ ଫଳପ୍ରଦ କରିବା ପାଇଁ ସରକାରୀ, ବେସରକାରୀ, ସ୍ୱେଚ୍ଛାସେବୀ ଅନୁଷ୍ଠାନ, ନାଗରିକ ସମାଜ ଏବଂ ସର୍ବୋପରି ଗଣମାଧ୍ୟମର ସକ୍ରିୟ ସହଯୋଗର ଆବଶ୍ୟକତା ରହିଛି ।

ସେ ଆହୁରି କହିଥିଲେ ଯେ, ଆଜିର Internet ଓ Social Media ଯୁଗରେ ଲୋକମାନେ ସହଜରେ ଠକାମିର ଶିକାର ହେଉଛନ୍ତି । ସେବା ଓ ସାମଗ୍ରୀ ଯୋଗାଇଦେଉଥିବା ସଂସ୍ଥା ଲୋକମାନଙ୍କୁ ଠକି ଦେଇ ରାତାରାତି ଗାଏବ ହୋଇଯାଉଛନ୍ତି । ୨୦୧୦ ମସିହାରେ ଓଡିଶାରେ ଟିଟଫଣ୍ଡ ସଂସ୍ଥା ମାଧ୍ୟମରେ ବହୁତ ଲୋକ ଠକାମିରେ ଶିକାର ହୋଇଥିଲେ । ଏ ସବୁକୁ ରୋକିବା ଓ ଉପଭୋକ୍ତାମାନଙ୍କୁ ସୁରକ୍ଷା ଦେବା ପାଇଁ ଏହି ନୂଆ ଆଇନରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି । ଉପଭୋକ୍ତାଙ୍କ ସୁରକ୍ଷା ପାଇଁ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ ଗଠନ କରାଯାଇଛି । ଉପଭୋକ୍ତା ଅଧିକାରର କୌଣସି ପ୍ରକାର ଉଲଂଘନ ହେଲେ ଏହି ପ୍ରାଧିକରଣ ତା’ର ଯାଞ୍ଚ ଓ ତଦନ୍ତ କରି ସୁରକ୍ଷା ଯୋଗାଇଦେବେ ।

Launching Ceremony of “AYUSHMAN BHARAT

Comments are closed.