ଛତ୍ରପୁର: ମେ ୧୮: ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ତାରାତାରିଣୀଙ୍କ ମନ୍ଦିରର ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ ଗତ ୧୬ ତାରିଖରୁ ଆରମ୍ଭ ହୋଇଛି । ଏହି ମହୋତ୍ସବ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଆଙ୍କ ପୀଠରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀ ସେଠାରେ ମୁଖ୍ୟ ପୁରୋଧା ଭାବେ ଯୋଗଦାନ କରିଛନ୍ତି ।
ଏହାଛଡ଼ା ମୁଖ୍ୟମନ୍ତ୍ରୀ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧୭ କୋଟିରୁ ଅଧିକ ଟଙ୍କା ବ୍ୟୟରେ ମନ୍ଦିରର ପୁନରୁଦ୍ଧାର କାର୍ଯ୍ୟ କରାଯାଇଛି ।
ଏହାଛଡ଼ା ଯଜ୍ଞ ମଣ୍ଡପ, ପ୍ରାଶାସନିକ ଗୃହ, ମାକେର୍ଟ କମ୍ପ୍ଲେକ୍ସ୍, ଭୋଗ ବଣ୍ଟନ ଗୃହ ଓ ଦୀପ ଘର ଆଦି ନିର୍ମାଣ କରାଯାଇଛି । ମନ୍ଦିରର ସୌନ୍ଦର୍ଯ୍ୟକରଣକୁ ବୃଦ୍ଧି ପାଇଁ ବୃକ୍ଷରୋପଣ କରାଯାଇଛି ।
ସୂଚନା ଅନୁସାରେ, ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ସକାଳ ୯.୧୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବାହାରି ହେଲିକପଫର ଯୋଗେ ଗଞ୍ଜାମର ପୁରୁଷୋତ୍ତମପୁରରେ ଥିବା ତାରାତାରିଣୀ ପୀଠରେ ପହଞ୍ଚିଥିଲେ । ମାଆ ତାରାତାରିଣୀ ପର୍ବତ ନିକଟରେ ଏକ ଅସ୍ଥାୟୀ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଅବତରଣ କରିଥିଲେ । କାର୍ଯ୍ୟକ୍ରମ ଶେଷ ହେବା ପରେ ମୁଖ୍ୟମନ୍ତ୍ରୀ ସେହି ହେଲିପ୍ୟାଡ୍ରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଯାତ୍ରା କରିବେ ।

Comments are closed.