କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି – ସର୍ବୋଚ୍ଚ ଯନ୍ତ୍ରୀ

0

ଭୁବନେଶ୍ୱର : ରାଜ୍ୟରେ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ । ବୁଢ଼ାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ ରହିଛି । କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ଅଛି, କିନ୍ତୁ କମୁଛି ବୋଲି କହିଛନ୍ତି ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ। ଆଗାମୀ ୭ ଦିନ ଯାଏଁ ବର୍ଷା ନଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ । କେବଳ ଜୁଆର ପ୍ରଭାବରେ ଖସୁନି ପାଣି । ଧାମରା ଠାରେ ସମୁଦ୍ର ଅଶାନ୍ତ ରହୁଛି ।

ସେହିପରି ଆଜି ହୀରାକୁଦ ର ୪ଟି ଗେଟ ବନ୍ଦ କରାଯାଇଛି । ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି ।ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୬.୩୫ ଫୁଟ୍ ଅଛି । ୩ ଲକ୍ଷ ୮୫ ହଜାର କ୍ୟୁସେକ ପ୍ରବେଶ, ୪ ଲକ୍ଷ ୨୪ ହଜାର କ୍ୟୁସେକ ନିଷ୍କାସିତ । କାଲି ମୁଣ୍ଡଳୀରେ ସଂଧ୍ୟା ୬ଟାରେ ୫ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ ।

ସୂଚନାଯୋଗ୍ୟ, ଗତକାଲି ଅଧିକ ଜଳ ପ୍ରବେଶକୁ ଦୃଷ୍ଟିରେ ରଖି ଶୁକ୍ରବାର ୨ଟି ପର୍ଯ୍ୟାୟରେ ହୀରାକୁଦର ୮ଟି ଗେଟ୍‌ ଖୋଲାଯାଇଥିଲା । ଏଥିସହିତ ମୋଟ ଖୋଲା ଯାଇଥିବା ଗେଟ୍‌ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା । ଗତ ୩ ଦିନ ଧରି ଉପର ମୁଣ୍ଡରେ ବର୍ଷା ଫଳରେ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଥିଲା । ଶୁକ୍ରବାର ସକାଳ ୮ଟା ବେଳକୁ ହୀରାକୁଦକୁ ହାରାହାରି ୨ ଲକ୍ଷ ୯୩ ହଜାର ୫୧୨ କ୍ୟୁସେକ୍ ପାଣି ପ୍ରବେଶ କରୁଥିଲା । ତେଣୁ ଜଳସ୍ତର ବଜାୟ ରଖିବାକୁ ସକାଳ ୯ଟାରେ ୪ଟି ଓ ଦିନ ୨ଟାରେ ଆଉ ୪ଟି ଗେଟ୍ ଖୋଲା ଯାଇଥିଲା ।

Govt
Leave A Reply

Your email address will not be published.