ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର । ଆସନ୍ତାକାଲି ଚାଷୀଙ୍କୁ ନୂଆଁଖାଇ ଭେଟି ଦେବେ ରାଜ୍ୟ ସରକାର । ପ୍ରତି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା । ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨ ହଜ।ର ଟଙ୍କା ପଠେଇବେ ରାଜ୍ୟ ସରକାର । ୨୮ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପଡୁଥିବାରୁ ଆସନ୍ତା କାଲି ବିଘ୍ନହର୍ତା ଶ୍ରୀ ଗଣେଶ ପୂଜା ଅବସରରେ ଚାଷୀ ଭାଇଙ୍କ ଖାତାକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ପ୍ରତି ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯିବ । ଏହାଦ୍ବାରା ଓଡ଼ିଶାର ୫୧ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ ହଜାର ଟଙ୍କା ପ୍ରଦାନ କରିଥାନ୍ତି । ରବି ଋତୁ ଚାଷ ପାଇଁ ଚାଷୀଙ୍କୁ ଆର୍ଥିକ ସହାୟତା ଦେଉଛନ୍ତି ମୋହନ ସରକାର । ଯାହା ଅଧୀନରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ।
ଗତବର୍ଷ ‘ନୂଆଁଖାଇ’ ଅବସରରେ ରାଜ୍ୟ ସରକାର ସିଏମ୍-କିଷାନ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଥିଲେ । ଆଜି ଏନେଇ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଦାୟିତ୍ବରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ସମସ୍ତ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଥିଲେ ।
