ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ, ବର୍ଷକୁ ୫୦ ହଜାର ଛାତ୍ରଛାତ୍ରୀ ପାଇବେ ପୁରସ୍କାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ରୂପାନ୍ତରିତ ସ୍କୁଲ ତଥା ଅନ୍ୟ ସ୍କୁଲମାନଙ୍କ୍‌ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶିକ୍ଷାର ଉତ୍କର୍ଷ ଲାଭ କରୁଥିବା ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷାନୁଷ୍ଠାନ ଓ ପ୍ରଧାନଶିକ୍ଷକ, ଶିକ୍ଷକ-ଶିକ୍ଷୟିତ୍ରୀ, ସରପଞ୍ଚ ସ୍କୁଲ ପରିଚାଳନା କମିଟି ତଥା ପୁରାତନ ଛାତ୍ରମାନଙ୍କୁ ସେମାନଙ୍କ ଅବଦାନ ପାଇଁ ବର୍ଷକୁ ୧୦୦ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି । ବ୍ଲକ୍‌, ଜିଲ୍ଲା ଓ ରାଜ୍ୟସ୍ତରରେ ଏହି ପୁରସ୍କାର ପ୍ରଦାନ କରାଯିବ । ୫୦ ହଜାର ଛାତ୍ରଛାତ୍ରୀ, ୧୫୦୦ ପ୍ରଧାନଶିକ୍ଷକ ଓ ଶିକ୍ଷକ-ଶିକ୍ଷୟିତ୍ରୀ, ସ୍କୁଲ ପରିଚାଳନା କମିଟି ସରପଞ୍ଚ ପୁରାତନ ଛାତ୍ରମାନଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ । ଆଜି ସ୍ଥାନୀୟ ୟୁନିଟ-୯ ସ୍ଥିତ ସରକାରୀ ହାଇସ୍କୁଲରେ ରାଜ୍ୟସ୍ତରୀୟ ଶିଶୁ ଦିବସ ଉତ୍ସବର ଉଦ୍ୟାପନୀ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଏହି ପୁରସ୍କାର ଘୋଷଣା କରିଛନ୍ତି ।

Odisha introduces CM Education Award, 50000 meritorious school students to benefit every year

ଏହାସହ ମୁଖ୍ୟମନ୍ତ୍ରୀ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓ ମାଧ୍ୟମିକ ଶିକ୍ଷା ପରିଷଦ ପାଇଁ ଡିଜି ଲକର ବ୍ୟବସ୍ଥାର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏହି ଭର୍ଚୁୁଆଲ ଲକରରେ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ, ମାର୍କସିଟ ଓ ଅନ୍ୟାନ୍ୟ ଡକ୍ୟୁମେଣ୍ଟ ସୁରକ୍ଷିତ ରହିପାରିବା ସହିତ ସୁବିଧାରେ ଉପଲବ୍ଧ ମଧ୍ୟ ହେବ । ଏଥିରେ ଚୋରି ବା ହଜି ଯିବାର କୌଣସି ସମ୍ଭାବନା ରହିବ ନାହିଁ ।

ଉପସ୍ଥିତ ଛାତ୍ରଛ୍ରତ୍ରୀଙ୍କୁ ଉଦେ୍ୱାଧନ ଦେଇ ମୁଖ୍ୟମନ୍ତ୍ରୀ ୩ଟି ଗୁରୁତ୍ୱପୂର୍ଣ୍ଣ ବିଷୟରେ ପରାମର୍ଶ ଦେଇଥିଲେ । ପ୍ରଥମଟି ହେଉଛି – ସମୟର ଆହ୍ୱାନଛ ସେ କହିଥିଲେ ଯେ ଛାତ୍ରଛାତ୍ରମାନଙ୍କ ପାଇଁ ସମୟ ହେଉଛି ଗୁରୁତ୍ୱପୂର୍ଣ୍ଣ । ଠିକ୍‌ ସମୟରେ ଠିକ୍‌ କାମ କଲେ, ପିଲାମାନେ ଆଗରେ ରହିପାରିବେ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ ଯେ ବର୍ତ୍ତମାନ ହେଉଛି ପିଲାମାନଙ୍କର ଜ୍ଞାନ ଅର୍ଜନ କରିବାର ସମୟ । ପାଠ ସହିତ ଖେଳକୁଦ, ନାଚଗୀତ – ସବୁ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ ।

ଦ୍ୱିତୀୟରେ ପରିବର୍ତ୍ତନ ଅବଶ୍ୟମ୍ଭାବୀ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସମୟ ସହ ତାଳ ଦେଇ ଆଗକୁ ବଢିବାକୁ ହେବ ଓ ପରିବର୍ତ୍ତନକୁ ଗ୍ରହଣ କରିବାକୁ ହେବ । ସମୟର ଆହ୍ୱାନକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ହେବାକୁ ପରାମର୍ଶ ଦେଇ ସେ କହିଥିଲେ ଯେ ଆମର ୫-ଟି ରୂପାନ୍ତରର ମୁଖ୍ୟ ଲକ୍ଷ୍ୟ ହେଉଛି, ସମୟର ଆହ୍ୱାନର ମୁକାବିଲା ପାଇଁ ପିଲା ମାନଙ୍କୁ ପ୍ରସ୍ତୁତ କରିବା । ନିଜ ଭିତରେ ବୈଜ୍ଞାନିକ ମନୋବୃତ୍ତିର ବିକାଶ ପାଇଁ ସେ ପରାମର୍ଶ ଦେଇଥିଲେ ।

ତୃତୀୟରେ ପିଲାମାନଙ୍କୁ ଦାୟିତ୍ୱବୋଧତା ସଂପର୍କରେ ବୁଝାଇ କହିଥିଲେ ଯେ ତୁମମାନଙ୍କ ଜୀବନ ଗଢିତୋଳିବାରେ ଯେଉଁ ମାନଙ୍କ ଅବଦାନ ରହିଛି, ଯଥା- ଶିକ୍ଷକ, ପରିବାର, ଗୁରୁ ,ନିଜ ଗାଁ ଓ ସ୍କୁଲ – ସେମାନଙ୍କ ପ୍ରତି ନିଜର ଦାୟିତ୍ୱ ଓ ସମ୍ମାନକୁ କେବେ ହେଲେ ଭୁଲ ନାହଁ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଏକ କଫି ଟେବୁଲ ପୁସ୍ତକ, ମାଗାଜିନ ଓ ମୋ ସ୍କୁଲ ନ୍ୟୁଜ ଲେଟର ଉନ୍ମୋଚନ କରିଥିଲେ ।

ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା ଓ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ ନିଜ ନିଜର ଅଭିଭାଷଣ ରଖି ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ସ୍କୁଲଗୁଡିକର ରୂପାନ୍ତର, ମୋ ସ୍କୁଲ କାର୍ଯ୍ୟକ୍ରମ ଆଦି ରାଜ୍ୟର ଶିକ୍ଷା କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ଆଣିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Govt

Comments are closed.