୫ରେ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୫ରେ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୧୩ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା- ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନୂଆପଡ଼ା, ରାୟଗଡ଼ା, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ କେନ୍ଦୁଝର ।

ଅନ୍ୟପକ୍ଷରେ ଆଗକୁ କେତେକ ଜିଲ୍ଲାରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିଲା ବେଳେ ଶୁକ୍ରବାର ପରଠାରୁ ବର୍ଷାର ପରିମାଣାର ବୃଦ୍ଧି ପାଇପାରେ । ଏଣୁ ଚାଷୀମାନଙ୍କୁ ଅନ୍ତଃଚାଷ, ସାର ଓ କୀଟନାଶକ, ତୃଣନାଶକ ପ୍ରୟୋଗ ଓ ଜଳସେଚନ ସ୍ଥଗିତ ରଖିବାକୁ ପାଣିପାଗ ବିଭାଗ ତରଫରୁ ବିଶେଷ ଅନୁରୋଧ କରାଯାଇଛି ।

Comments are closed.