ଅଗ୍ନିଶମ ଡିଜି ହେଲେ ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ

ଭୂବନେଶ୍ୱର : ଅଗ୍ନିଶମ ଡିଜି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ । କଟକ ଅଗ୍ନିଶମ ବିଭାଗର ମୁଖ୍ୟାଳୟାରେ ଦାୟିତ୍ବ ଗ୍ରହଣ କରିଛନ୍ତି । ସେ ୪୫ତମ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଥିବା ଜଣାପଡିଛି । ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଆଇପିଏସସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି। ପୂର୍ବରୁ ସ୍ପେଶାଲ ଡିଜି ପୋଲିସ […]

Samaya Live Picture
Published On

ଭୂବନେଶ୍ୱର : ଅଗ୍ନିଶମ ଡିଜି ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ ସୁଧାଂଶୁ ଷଡ଼ଙ୍ଗୀ । କଟକ ଅଗ୍ନିଶମ ବିଭାଗର ମୁଖ୍ୟାଳୟାରେ ଦାୟିତ୍ବ ଗ୍ରହଣ କରିଛନ୍ତି । ସେ ୪୫ତମ ମହାନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଥିବା ଜଣାପଡିଛି ।
ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଆଇପିଏସସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଡିଜି ଭାବେ ବଦଳି କରାଯାଇଛି। ପୂର୍ବରୁ ସ୍ପେଶାଲ ଡିଜି ପୋଲିସ ରେଲୱେ ଆଣ୍ଡ କୋଷ୍ଟାଲ ସିକ୍ୟୁରୀଟି ଭାବରେ କାର୍ଯ୍ୟରତ ଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ସୁଧାଂଶୁ ଷଡଙ୍ଗୀ କହିଛନ୍ତି ୨୦୦୦ ମସିହା ବେଳକୁ ରାଜ୍ୟରେ ମାତ୍ର ୧୧୨ ଟି ଅଗ୍ନିଶମ କେନ୍ଦ୍ର ଥିଲା। ବର୍ତ୍ତମାନ ଏହା ତିନିଗୁଣ ବୃଦ୍ଧି ପାଇ ୩୪୫ ରେ ପହଞ୍ଚିଛି। ଅତୀତରେ ରାଜ୍ୟ ଅଗ୍ନିଶମ କର୍ମଚାରୀମାନେ ବାହାର ରାଜ୍ୟଗୁଡିକରେ ଭଲ କାମ କରି ପ୍ରଶଂସା ପାଇଛନ୍ତି।

ତେବେ ରାଜ୍ୟରେ ଚାଳ ଛପର ଘର ସଂଖ୍ୟା କମୁଛି। ପୂର୍ବ ଭଳି ଘର ପୋଡି ନାହିଁ। କିନ୍ତୁ ଉଚ୍ଚ ଅଟ୍ଟାଳିକା ସଂଖ୍ୟା ବୃଦ୍ଧି ପାଉଛି। ଏଥିପାଇଁ ଆଗ୍ନେୟ ଦୁର୍ଘଟଣାର ମୁକାବିଲା ପାଇଁ ଆମକୁ ପ୍ରସ୍ତୁତ ରହିବାକୁ ପଡିବ। ଚଳିତ ଆର୍ଥିକ ବର୍ଷରେ ଅଗ୍ନିଶମ ବିଭାଗର ଉନ୍ନତି ପାଇଁ ରାଜ୍ୟ ସରକାର ଅଧିକ ୨୪୦ କୋଟି ଟଙ୍କାର ଅନୁଦାନ ଦେବାର ପ୍ରସ୍ତାବ ରହିଛି।
୧୧ ଶହ ନୂଆ କର୍ମଚାରୀଙ୍କ ନିଯୁକ୍ତି ପାଇଁ ପ୍ରକିୟା ଆରମ୍ଭ ହୋଇଛି। ଏହି ପ୍ରକିୟା ଆଗାମୀ ଛଅ ମାସ ଭିତରେ ଶେଷ ହେବ।

Tags: