ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କୁ ରାଷ୍ଟ୍ରୀୟ ସମ୍ମାନ

ଭୁବନେଶ୍ୱର : ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ପାଇଁ ସ୍ୱତନ୍ତ୍ର ସମ୍ମାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ I ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କର ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏଭଳି ଘୋଷଣା କରିଛନ୍ତି। ଏହାଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ […]

Samaya Live Picture
Published On

ଭୁବନେଶ୍ୱର : ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ପାଇଁ ସ୍ୱତନ୍ତ୍ର ସମ୍ମାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ I ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କର ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏଭଳି ଘୋଷଣା କରିଛନ୍ତି। ଏହାଦ୍ୱାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଅଙ୍ଗଦାନ ଏକ ମହତ ଦାନ। ରାଜ୍ୟ ସରକାର ଏହି ଅଙ୍ଗଦାନ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ ଅଙ୍ଗ ଓ ଟିସ୍ୟୁ ପ୍ରତିରୋପଣ ସଂଗଠନ(ସୋଟୋ) ପ୍ରତିଷ୍ଠା କରିଛନ୍ତି। ଏହାସହ ଅଙ୍ଗଦାନକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ୨୦୨୦ରୁ ‘ସୂରଜ’ ପୁରସ୍କାର ଆରମ୍ଭ କରିଛନ୍ତି। ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କର ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ଦେଉଛନ୍ତି। ଏହାଦ୍ବାରା ଅନ୍ୟମାନଙ୍କ ଜୀବନ ରକ୍ଷାରେ ସେମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ତାଙ୍କର ସହାୟତା ପ୍ରଦାନ କରାଯାଉଛି I

ସୂଚନାନୁସାରେ,ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳର ସୂରଜଙ୍କ ନାମରେ ଏହି ପୁରସ୍କାର ପ୍ରଚଳନ କରାଯାଇଛି। ୨୦୧୯ ମସିହାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ସୂରଜଙ୍କ ମସ୍ତିଷ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ପକ୍ଷରୁ ଶରୀରର ଗୁରୁତ୍ୱପୂର୍ଣ ଅଙ୍ଗଗୁଡ଼ିକୁ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ଗୁରୁତ୍ୱପୂର୍ଣ ଅଙ୍ଗଗୁଡ଼ିକ ୬ ଜଣଙ୍କୁ ନୂଆ ଜୀବନ ଦେବାରେ ସହାୟକ ହୋଇଥିଲା। ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।

Tags: