ଆଜିଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥର ବିକାଶ ନେଇ ମଧ୍ୟ ଆଲୋଚନା କରିବେ ବୋଲି ସୂଚନା ରହିଛି। ଏହା ବ୍ୟତୀତ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ର ନେତୃତ୍ଵଙ୍କୁ ମୋହନ ଭେଟିବାର କାର୍ଯ୍ୟକ୍ରମ […]

Samaya Live Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶାର ଜାତୀୟ ରାଜପଥର ବିକାଶ ନେଇ ମଧ୍ୟ ଆଲୋଚନା କରିବେ ବୋଲି ସୂଚନା ରହିଛି। ଏହା ବ୍ୟତୀତ ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ର ନେତୃତ୍ଵଙ୍କୁ ମୋହନ ଭେଟିବାର କାର୍ଯ୍ୟକ୍ରମ ରହିଛି।

Tags: