ଆଜି ମହାପ୍ରଭୁଙ୍କ ବନକଲାଗି ନୀତି,୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ
ପୁରୀ : ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ I ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। […]
ପୁରୀ : ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ I ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ନୀତି ପାଇଁ ଦ୍ୱିପ୍ରହର ଧୂପ ସରିବା ପରେ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ ।




