ଆଜି ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ,ଜନତା ମୈଦାନରେ ଭବ୍ୟ ଆୟୋଜନ

ଭୁବନେଶ୍ୱର : ଆଜି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀଙ୍କର ଶପଥ ଗ୍ରହଣ ଉତ୍ସବ I ୨୪ ପରେ ରାଜ୍ୟରେ ଗଠନ ହେବାକୁ ଯାଉଛି ବିଜେପି ସରକାର I ଏଥିପାଇଁ ଜନତା ମୈଦାନରେ ହେବ ଭବ୍ୟ ସମାରୋହ I କୋଣାର୍କ ଚକ୍ର ଢାଞ୍ଚାରେ ସଜେଇ ହୋଇଛି ଜନତା ମୈଦାନ I ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବେ I କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହୋଇଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ଅପରାହ୍ନରେ ୪.୪୫ […]

Samaya Live Picture
Published On

ଭୁବନେଶ୍ୱର : ଆଜି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀଙ୍କର ଶପଥ ଗ୍ରହଣ ଉତ୍ସବ I ୨୪ ପରେ ରାଜ୍ୟରେ ଗଠନ ହେବାକୁ ଯାଉଛି ବିଜେପି ସରକାର I ଏଥିପାଇଁ ଜନତା ମୈଦାନରେ ହେବ ଭବ୍ୟ ସମାରୋହ I କୋଣାର୍କ ଚକ୍ର ଢାଞ୍ଚାରେ ସଜେଇ ହୋଇଛି ଜନତା ମୈଦାନ I ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିବେ I କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହୋଇଛନ୍ତି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ଅପରାହ୍ନରେ ୪.୪୫ ରେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ ମୋହନ ଚରଣ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ।

ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିଥିଲା ବିଜେପି ବିଧାୟକ ଦଳ ବୈଠକ I ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଆସିଥିବା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ପ୍ରସ୍ତାବ ମାଗିଥିଲେ। ପ୍ରଥମ ପ୍ରସ୍ତାବକ ଥିଲେ ବରିଷ୍ଠ ନେତା କନକ ବର୍ଦ୍ଧନ ସିଂଦେଓ (କେଭି)। ସେ ମୋହନ ଚରଣ ମାଝିଙ୍କ ନାଁ ନେଇଥିଲେ। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ମଧ୍ୟ ଘୋଷଣା ହୋଇଛି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂହଦେଓ ଏବଂ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ।

ଶପଥ ଗ୍ରହଣ ସମାରୋହ ଲାଗି କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ରାଜଧାନୀ ଭୁବନେଶ୍ୱର । ଉତ୍ସବ ଲାଗି ୬୭ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ତମାମ କାର୍ଯ୍ୟକ୍ରମ ପରିଚାଳନା ଲାଗି ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ ମିଳିଛି । କେବଳ ଜନତା ମଇଦାନ ସୁରକ୍ଷାର ତଦାରଖ କରିବେ ଆଇଜି ପ୍ରବୀଣ କୁମାର । ସେହିଭଳି ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ ପରିଚାଳନା କଥା ବୁଝିବେ । ମୋଟ ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ଅନ୍ୟାନ୍ୟ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ରହିବେ। ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗି ରହିବ। ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଜାରି କରାଯାଇଛି ।

Tags: