ଆଜି ଶ୍ରୀଜିଉମାନଙ୍କ ଘଣାଲାଗି ନୀତି
ପୁରୀ : ଆଜି ଆଷାଢ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏକାଦଶୀ ତିଥିରେ ଦଶମୂଳ ଔଷଧ ଲାଗି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ତେଣୁ ଆଜି ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି। ସୂଚନା ଅନୁଯାୟୀ, ଶ୍ରୀଜିଉଙ୍କୁ ଘଣା ଲାଗି ପରେ ସେହି ଖଳିକୁ ସୂର୍ଯ୍ୟାସ୍ତ ପୂର୍ବରୁ ଶ୍ରୀମନ୍ଦିରକୁ ବିଜେ କରାଯିବ। ପରେ ଖଳି ଲାଗି ହୋଇ ମହାପ୍ରଭୁଙ୍କ ଶ୍ରୀମୁଖ ଓତା […]
ପୁରୀ : ଆଜି ଆଷାଢ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏକାଦଶୀ ତିଥିରେ ଦଶମୂଳ ଔଷଧ ଲାଗି ପରେ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ତେଣୁ ଆଜି ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି। ସୂଚନା ଅନୁଯାୟୀ, ଶ୍ରୀଜିଉଙ୍କୁ ଘଣା ଲାଗି ପରେ ସେହି ଖଳିକୁ ସୂର୍ଯ୍ୟାସ୍ତ ପୂର୍ବରୁ ଶ୍ରୀମନ୍ଦିରକୁ ବିଜେ କରାଯିବ। ପରେ ଖଳି ଲାଗି ହୋଇ ମହାପ୍ରଭୁଙ୍କ ଶ୍ରୀମୁଖ ଓତା ପଡିବ। ଏଥିସହ ସହ ଦଇତାପତିମାନେ ଶ୍ରୀଜିଉଙ୍କ ଶ୍ରୀପୟର ମୁଦା ନୀତି ସମ୍ପାଦନ କରିବେ। ଅନ୍ୟପକ୍ଷରେ ଆଜି ମଧ୍ୟ ଦତ୍ତମହାପାତ୍ରଙ୍କ ଘରୁ ଭୋଗମଣ୍ଡପ ନୀତି ପରେ ଖଡ଼ି ଆସି ଖଡି ଲାଗି ନୀତି ଅନୁଷ୍ଠିତ ହେବ। ଅଣସର ପିଣ୍ଡିରେ ଦଇତାପତି ଓ ପତିମହାପାତ୍ର ଏହି ଗୁପ୍ତ ସେବା ସମ୍ପାଦନ କରିବେ ।
ସ୍ନାନପୂର୍ଣ୍ଣିମାରେ ୧୦୮ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ କରି ଜ୍ୱରରେ ପୀଡିତ ହୋଇଥିବା ବେଳେ ଗତକାଲି ଏକାଦଶୀ ତିଥିରେ ଖଳିଲାଗି ଓ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଏ ସମ୍ପର୍କରେ ଗଜପତି ମହାରାଜାଙ୍କୁ ସୂଚନା ଦେଇଛନ୍ତି ସେବାୟତ । ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ବି ନିବେଦନ କରିଛନ୍ତି। ସକାଳ ଧୂପ ସରିବା ପରେ ଜୟବିଜୟ ଦ୍ଵାର ବନ୍ଦ କରାଯାଇ ବେହରଣ ଦ୍ଵାର ଫିଟାଇବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯାଇଥିଲା । ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବାବେଳେ ଶ୍ରୀଜୀଉଙ୍କୁ ଶ୍ରୀବୈଦ୍ୟଙ୍କ ଦ୍ୱାରା ଦଶମୂଳକ ଔଷଧ ଲାଗି କରାଯାଇଥିଲା । ଔଷଦ ଲାଗି ପରେ ମହାପ୍ରଭୁ ସୁସ୍ଥ ହୋଇଛନ୍ତି ।




