ଆଜି ଶ୍ରୀ ମନ୍ଦିରରେ ପଇତାଲାଗି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଆଜି ଶ୍ରୀ ମନ୍ଦିରରେ ଶ୍ରୀବିଗ୍ରହଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେଉଛି । ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମାର୍ଗଶୀର କୃଷ୍ଣ ଦଶମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଦ୍ୱିତୀୟ ଭୋଗମଣ୍ଡପ […]
ପୁରୀ : ଆଜି ଶ୍ରୀ ମନ୍ଦିରରେ ଶ୍ରୀବିଗ୍ରହଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେଉଛି । ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ଟା ଠାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ମାର୍ଗଶୀର କୃଷ୍ଣ ଦଶମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତାନୀତି ସମାପନ କରାଯିବ । ଠାକୁରଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ସମ୍ପନ୍ନ ହୋଇଥାଏ । ଦାରୁଦିଅଁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ। ଅପରାହ୍ଣରେ ଏହି ନୀତି ସମ୍ପନ୍ନ ହେବ ।
ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦ୍ୱିତୀୟ ଭୋଗ ମଣ୍ଡପ ସରିବା ପରେ ପାଟେରା ବିଶୋଇ ସେବାୟତଙ୍କୁ ଘରୁ ଆସିଥାଏ ବାସୁଙ୍ଗା ପାଟର ପଇତା ତାହାକୁ ଦଇତାପତି ସେବାୟତମାନେ ଭୋଗ ସରିବା ପରେ ଗର୍ଭଗୃହକୁ ପ୍ରବେଶ କରନ୍ତି । ତା ପରେ ରତ୍ନ ସିଂହାସନକୁ ଉଠି ଦଇତାପତିମାନେ ପ୍ରଥମେ ମହାପ୍ରଭୂଙ୍କ ପାଟବସ୍ତ୍ର ଓ ଶ୍ରୀଅଙ୍ଗକୁ ତନଖି ଥାନ୍ତି । ତା ପରେ ଆରମ୍ଭ ହୋଇଥାଏ ପଇତା ଲାଗି । ଏହାପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।




