ଆଜି ସୁନାବେଶ, ମହଣ ମହଣ ସୁନାରେ ରାଜା ବେଶ ହେବେ ମହାପ୍ରଭୁ

ପୁରୀ : ଆଜି ଆଷାଢ଼ ଶୁକ୍ଳ ବଡ଼ ଏକାଦଶୀ I ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ମୂରତି। ମହଣ ମହଣ ସୁନାରେ ସଜେଇ ହେବେ ରଥାରୁଢ ଦାରୁବିଗ୍ରହ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଉପରେ ହେଉଥିବା ଏହି ବେଶକୁ ବଡ଼ତଡାଉ ବେଶ ମଧ୍ୟ କୁହାଯାଏ। ଗଜପତି ମହାରାଜା କପିଳେନ୍ଦ୍ର ଦେବଙ୍କ ସମୟରୁ ଏହି ବେଶ ହୋଇଆସୁଥିବା ଶୁଣିବାକୁ ମିଳେ। ତେବେ ଏହି ଅପୂର୍ବ ବେଶ […]

Samaya Live Picture
Published On

ପୁରୀ : ଆଜି ଆଷାଢ଼ ଶୁକ୍ଳ ବଡ଼ ଏକାଦଶୀ I ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ସୁନାବେଶରେ ଦର୍ଶନ ଦେବେ ଚତୁର୍ଦ୍ଧା ମୂରତି। ମହଣ ମହଣ ସୁନାରେ ସଜେଇ ହେବେ ରଥାରୁଢ ଦାରୁବିଗ୍ରହ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଉପରେ ହେଉଥିବା ଏହି ବେଶକୁ ବଡ଼ତଡାଉ ବେଶ ମଧ୍ୟ କୁହାଯାଏ। ଗଜପତି ମହାରାଜା କପିଳେନ୍ଦ୍ର ଦେବଙ୍କ ସମୟରୁ ଏହି ବେଶ ହୋଇଆସୁଥିବା ଶୁଣିବାକୁ ମିଳେ। ତେବେ ଏହି ଅପୂର୍ବ ବେଶ ଲାଗି ଶ୍ରୀମନ୍ଦିର ଭଣ୍ଡାରଘରୁ ବାହାରିବ ମହଣ ମହଣ ସୁନା ଓ ରୁପା ଅଳଙ୍କାର। ବହୁବିଧ ରତ୍ନଅଳଙ୍କାର ଲାଗି ହୋଇ ରଥ ଉପରେ ଝଲସିବେ ଦାରୁଦିଅଁ। ଭଣ୍ଡାର ମେକାପ ଓ ବଣିଆଙ୍କ ଉପସ୍ଥିତିରେ ଅଳଙ୍କାରଗୁଡ଼ିକ ସଫା କରାଯିବ। ରଥ ଉପରେ ମହାପ୍ରଭୁଙ୍କ ମଇଲମ ଓ ମେକାପ ସର୍ବାଙ୍ଗ ନୀତି ବଢ଼଼ିବା ପରେ ସୁନାବେଶ ଆରମ୍ଭ ହେବ। ରଥ ଉପରେ ମହାପ୍ରଭୁଙ୍କ ଅତି ସୁନ୍ଦର, କମନୀୟ ଓ ସୁଶୋଭିତ ସୁନା ବେଶ ଦେଖିବା ଲାଗି ଅପେକ୍ଷା କରି ରହିଛନ୍ତି ଅଗଣତି ଭକ୍ତ। ରଥ ଉପର ସୁନାବେଶରେ ଠାକୁରେ ଶ୍ରୀଭୁଜ, ଶ୍ରୀପୟର, ରତ୍ନପଦକ, ରତ୍ନକିରୀଟ, କାନଫୁଲ, ମର୍କତ ମୁକୁଟ, ପଦ ବଲ୍ଲବ, ମୁଦି, କଣ୍ଠିମାଳା, ମର୍କତ ଜାଉଁଳି, ବଳା, ବାହୁଟି ଆଦି ୧୩୮ ପ୍ରକାର ରତ୍ନଖଚିତ ସ୍ୱର୍ଣ୍ଣ ଅଳଙ୍କାର ପରିଧାନ କରିବେ।

ଆଜି ସୁନାବେଶ ପରେ ଆସନ୍ତାକାଲି ଶ୍ରୀଜିଉଙ୍କ ଅଧରପଣା ନୀତି ଏବଂ ଶନିବାର ହେବ ନୀଳାଦ୍ରିବିଜେ ନୀତି। ନିର୍ଘଣ୍ଟ ସମୟ ପୂର୍ବରୁ ଅର୍ଥାତ୍‌‌ ସଅଳ ନୀତିକାନ୍ତି କରାଯିବ। ଦଇତାପତିଙ୍କ ସହ ପ୍ରଶାସନର ଆଲୋଚନା ବେଳେ ଏହି ନିଷ୍ପତ୍ତି ନିଆଯାଇଛି। ସୁନାବେଶରେ ୧୦ରୁ ୧୫ ଲକ୍ଷ ଭକ୍ତଙ୍କ ସମାଗମ ହେବା ସମ୍ଭାବନା ରହିଛି। ଏହାକୁ ନଜରରେ ରଖି ସଅଳ ନୀତିକାନ୍ତି କରାଯାଇ ନିର୍ଘଣ୍ଟ ସମୟ ପୂର୍ବରୁ ଚତୁର୍ଦ୍ଧାବିଗ୍ରହଙ୍କ ସୁନାବେଶ କରାଯିବ। ଏହାଦ୍ୱାରା ଭକ୍ତମାନେ ଅଧିକ ସମୟ ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ସୁନାବେଶ ଦର୍ଶନ ସୁଯୋଗ ପାଇବେ। ସେହିପରି ସୁନାବେଶ ସମୟରେ ରଥାରୁଢ ଠାକୁରଙ୍କ ସମ୍ମୁଖରେ କୌଣସି ସେବାୟତ ରହିବେ ନାହିଁ।

ନବଦିନାତ୍ମକ ଯାତ୍ରାରେ ସମସ୍ତ ଲୀଳାଖେଳା ସାରି ନୀଳକନ୍ଦରକୁ ବାହୁଡ଼ିବେ ତିନି ଠାକୁର। ଗତକାଲି ସଅଳ ନୀତିକାନ୍ତି ସହ ସଅଳ ପହଣ୍ଡି ସରିବା ପରେ ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ରଥରେ ବିଜେ ହୋଇଥିଲେ ଚତୁର୍ଦ୍ଧା ମୂରତି। ଗତକାଲି ସନ୍ଧ୍ୟା ସୁଦ୍ଧା ତିନି ରଥ ସିଂହଦ୍ୱାର ନିକଟରେ ପହଞ୍ଚି ଯାଇଥିଲେ।

Tags: