ଆଜି ସୌଭାଗ୍ୟର ଦିନ – ଏସ ଜୟଶଙ୍କର

ପୁରୀ : ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବାକୁ ଓଡ଼ିଶା ଆସି ପହଂଚିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର । ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଜୟଶଙ୍କର । ସିଂହ ଦ୍ଵାର ନିକଟରେ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ବରିଷ୍ଠ ସେବାୟତ ପୁରୀ ଜିଲ୍ଲାପାଳ, ଏସପିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଏହା ପୂର୍ବରୁ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଥିଲେ […]

Samaya Live Picture
Published On

ପୁରୀ : ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବାକୁ ଓଡ଼ିଶା ଆସି ପହଂଚିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର । ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ଜୟଶଙ୍କର । ସିଂହ ଦ୍ଵାର ନିକଟରେ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା । ଏହି ଅବସରରେ ବରିଷ୍ଠ ସେବାୟତ ପୁରୀ ଜିଲ୍ଲାପାଳ, ଏସପିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଏହା ପୂର୍ବରୁ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଥିଲେ ଜୟଶଙ୍କର । ପରେ ଭୁବନେଶ୍ଵର ଶାନ୍ତିସ୍ତୁପ ଧଉଳି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ ଜୟଶଙ୍କର ।

ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରି ଆଜି ବହୁତ ବଡ଼ ସୌଭାଗ୍ୟର ଦିନ ବୋଲି ଜୟଶଙ୍କର ଗଣମାଧ୍ୟମକୁ କହିଛନ୍ତି। ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ସରକାର ଭଲ ପ୍ରସ୍ତୁତି କରିଛନ୍ତି। ଓଡ଼ିଶା ମାନଚିତ୍ରକୁ ସାରା ଦୁନିଆରେ ସ୍ଥାନିତ କରିବୁ ବୋଲି ଜୟଶଙ୍କର ପ୍ରକାଶ କରିଛନ୍ତି।

ଏହା ପୂର୍ବରୁ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଥିଲେ ଜୟଶଙ୍କର । ପରେ ଭୁବନେଶ୍ଵର ଶାନ୍ତିସ୍ତୁପ ଧଉଳି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଏସ ଜୟଶଙ୍କର ।

ସୋମବାର ଦିନ ସନ୍ଧ୍ୟାରେ ବୈଦେଶୀକ ମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ । ୪ ଦିନ ସେ ଓଡ଼ିଶାରେ ରହିବେ । ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଟିତ ପ୍ରଭାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ହେଲେ ସାମିଲ ।

Tags: