ଆଦିବାସୀଙ୍କ ଜମି କିଣିବେ ସରକାର – ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର : ସରକାର କିଣିବେ ଆଦିବାସୀଙ୍କ ଜମି । ଅନୁସୂଚିତ ଜାତି ଏବଂ ଜନଜାତିଙ୍କ ଜମି ହଡ଼ପ କରିପାରିବେନି ବିତ୍ତଶାଳୀ । ଏଣିକି ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଲୋକଙ୍କ ଜମି କିଣିବେ ରାଜ୍ୟ ସରକାର । ଏସସି/ଏସଟିଙ୍କ ଜମି ଆଉ ହଡପ ହୋଇପାରିବ ନାହିଁ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବଶୀଘ୍ର ସରକାର କର୍ପସ ଫଣ୍ଡ ଗଠନ କରିବାକୁ ଚିନ୍ତା କରୁଛନ୍ତି । ବାହାଘର,ପାଠପଢା କିମ୍ବା କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟପାଇଁ […]

ଆଦିବାସୀଙ୍କ ଜମି କିଣିବେ ସରକାର – ରାଜସ୍ବମନ୍ତ୍ରୀ
Samaya Live Picture
Published On

ଭୁବନେଶ୍ୱର : ସରକାର କିଣିବେ ଆଦିବାସୀଙ୍କ ଜମି । ଅନୁସୂଚିତ ଜାତି ଏବଂ ଜନଜାତିଙ୍କ ଜମି ହଡ଼ପ କରିପାରିବେନି ବିତ୍ତଶାଳୀ । ଏଣିକି ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଲୋକଙ୍କ ଜମି କିଣିବେ ରାଜ୍ୟ ସରକାର । ଏସସି/ଏସଟିଙ୍କ ଜମି ଆଉ ହଡପ ହୋଇପାରିବ ନାହିଁ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ଖୁବଶୀଘ୍ର ସରକାର କର୍ପସ ଫଣ୍ଡ ଗଠନ କରିବାକୁ ଚିନ୍ତା କରୁଛନ୍ତି । ବାହାଘର,ପାଠପଢା କିମ୍ବା କୌଣସି ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟପାଇଁ ଆଦିବାସୀ ମାନେ ଜମି ବିକ୍ରି କରିବାକୁ ଚାହିଁଲେ ସରକାର କିଣିବେ । ୨ ରୁ ୩ ବର୍ଷ ଯାଏଁ ସରକାରଙ୍କ ପାଖରେ ସୁରକ୍ଷିତ ରହିବ ଜମି ଏବଂ ପରେ ଜମି ମାଲିକ ଚାହିଁଲେ ପୁଣି ସରକାରଙ୍କ ଠାରୁ ସେହି ଜମି କିଣିପରିବେ । କିନ୍ତୁ ଯଦି ଜମି ମାଲିକ ଆଉ ଜମି ଫେରାଇ ନେବାକୁ ଚାହିଁବେ ନାହିଁ, ତେବେ ଅନୁସୂଚିତ ଜନଜାତି ଲୋକଙ୍କ ପାଖରୁ କିଣା ଯାଇଥିବା ଜମି ସେହି ବର୍ଗର ଲୋକଙ୍କୁ ହିଁ ନିଲାମ କରାଯିବ ଏବଂ ଅନୁସୂଚିତ ଜାତି ବର୍ଗର ଲୋକଙ୍କ ଜମି ସେହି ବର୍ଗର ଲୋକଙ୍କୁ ନିଲାମ କରାଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ଏଥିପାଇଁ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସରକାରୀ କମିଟି ଗଠନ କରାଯାଇଛି । କମିଟିରେ ST SC ବିଭାଗରର ପ୍ରମୁଖ ସଚିବ, ST SC ବିଭାଗର ନିର୍ଦ୍ଦେଶକ, ବିଶେଷଜ୍ଞ, କିଛି ଅଭିଜ୍ଞ ଅଧିକାରୀ ରହିବେ । ସେମାନେ ଏ ବାବଦରେ ନିରୀକ୍ଷଣ କରି ରିପୋର୍ଟ ଦେବେ । ଏହାସହ ଅନୁସୂଚିତ ଜନଜାତି ଓ ଜାତି ମାନଙ୍କର ସଙ୍ଗଠନ, ବିଭିନ୍ନ ରାଜନୈତିକ ଦଳ, ST ଏବଂ SC ବିଭାଗର ଗୃହ କମିଟି, ବିଧାୟକମାନଙ୍କର ପରାମର୍ଶ ମଧ୍ୟ ନିଆଯିବ । ସମସ୍ତଙ୍କ ପରାମର୍ଶ ନେଇ କମିଟି ରିପୋର୍ଟ ଦେଲାପରେ ନିଷ୍ପତି ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ।

Tags: