ଆଦିବାସୀ ମହିଳାଙ୍କ ନିମନ୍ତେ ‘ଲାଭ’ ଯୋଜନା ଉପରେ କ୍ୟାବିନେଟ ମୋହର
ଭୁବନେଶ୍ୱର : ରାଜ୍ୟ ସରକାର ‘LAVA’ ନାମକ ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାରେ ବିଶେଷକରି ଆଦିବାସୀ ମହିଳାମାନେ ଉପକୃତ ହେବେ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ ଆଉ ୫ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମଧ୍ୟ ମୋହର ବାଜିଛି I କ୍ୟାବିନେଟ୍ ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା, ମୁଖ୍ୟ […]
ଭୁବନେଶ୍ୱର : ରାଜ୍ୟ ସରକାର ‘LAVA’ ନାମକ ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାରେ ବିଶେଷକରି ଆଦିବାସୀ ମହିଳାମାନେ ଉପକୃତ ହେବେ I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ ଆଉ ୫ଟି ଗୁରୁତ୍ତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମଧ୍ୟ ମୋହର ବାଜିଛି I କ୍ୟାବିନେଟ୍ ବୈଠକ ପରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା, ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଓ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ସଚିବ ରୂପାରୋଶନ ସାହୁ ଉପସ୍ଥଟିତ ଥିଲେ I
‘LAVA’ ଅର୍ଥାତ ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା। ‘LAVA’ -ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା ପାଇଁ ରାଜ୍ୟ ସରକାର ଶତ ପ୍ରତିଶତ ଫଣ୍ଡିଂ କରିବେ। ଯୋଜନା ପାଇଁ ଶହେ କୋଟିର ବ୍ୟୟ ବରାଦ କରାଯାଇଛି। ଏଥି ସହିତ ପ୍ରଥମ ଥର ପାଇଁ ଲଘୁ ବନଜାତ ଦ୍ରବ୍ୟ ଉପରେ ରାଜ୍ୟ ସରକାର ଏମଏସପି ଧାର୍ଯ୍ୟ କରିବେ। ପ୍ରତିବର୍ଷ ସର୍ବନିମ୍ନ ସପୋର୍ଟ ପ୍ରାଇସ୍ ନିର୍ଣ୍ଣୟ କରାଯିବ। ତେବେ ଜନଜାତି ବହୁଳ ରାଜ୍ୟର ୧୧୯ଟି ବ୍ଲକରେ ଏହି ଯୋଜନାରେ ଲାଭ ନେଇପାରିବେ ମହିଳା। ମିଶନ ଶକ୍ତି, ଟିଡିସିସି ସହ ସମନ୍ଵୟରେ ଏହି ଯୋଜନା କାର୍ଯ୍ୟ କରିବ ବୋଲି ଜଣାପଡିଛି।




