ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ I ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ଏହି ବୃହତ ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି। ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ […]

Samaya Live Picture
Published On

ଭୁବନେଶ୍ୱର : ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ I ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ପାଇଁ ଏହି ବୃହତ ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି।
ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଖୋର୍ଦ୍ଧା ଜିଲ୍ଲା ଗସ୍ତ ସମୟରେ ସମ୍ପୃକ୍ତ ଅଞ୍ଚଳବାସୀ ତାଙ୍କୁ ଭେଟି ଆବାସିକ କଲୋନୀଗୁଡିକର ରାସ୍ତା ଓ ବିଦ୍ୟୁତ ବ୍ୟବସ୍ଥା ପ୍ରତି ଦୃଷ୍ଟି ଆକର୍ଷଣ କରିବା ସହିତ ଏସବୁ ସମସ୍ୟାର ସମାଧାନ ପାଇଁ ସେମାନଙ୍କର ଅଭିଯୋଗ ପତ୍ର ପ୍ରଦାନ କରିଥିଲେ। ଏ ସମ୍ପର୍କରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ବୈଷୟିକ ଟିମ୍ ଗଠନ କରାଯାଇ ସେ ସବୁ ଅଞ୍ଚଳକୁ ଅନୁଧ୍ୟାନ ପାଇଁ ପଠାଯାଇଥିଲା।

ବୈଷୟିକ ଟିମ୍ ସେସବୁ ଅଞ୍ଚଳରେ ୪୨୯ଟି ରାସ୍ତା ଯାହା ୮୨ କି.ମି.ରୁ ଉର୍ଦ୍ଧ୍ୱ ଅଞ୍ଚଳ ପରିମିତ ତାକୁ ଚିହ୍ନଟ କରି ଉନ୍ନତିକରଣ ଓ ବିଦ୍ୟୁତୀକରଣ ପାଇଁ ରିପୋର୍ଟ ପ୍ରଦାନ କରିଥିଲେ। ରିପୋର୍ଟ ପାଇବାପରେ 5T ସଚିବ ସମ୍ପୃକ୍ତ ଆବାସିକ କଲୋନୀଗୁଡିକର ବାସିନ୍ଦାଙ୍କ ସହ ଗତ ସେପ୍ଟମ୍ବର ୨୭ ତାରିଖରେ ସେସବୁ ଅଞ୍ଚଳର ଉନ୍ନତିକରଣ ପାଇଁ ଆଲୋଚନା କରିଥିଲେ। ତଦନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ୪୨୯ଟି ରାସ୍ତା ପ୍ରକଳ୍ପ ନିର୍ମାଣ ପାଇଁ ମଞ୍ଜୁରୀ ଦେଇଛନ୍ତି। ସ୍ମାର୍ଟ ସିଟି ଭୁବନେଶ୍ୱର ନିକଟ ଅତୀତରେ ଦ୍ରୁତ ପରିବର୍ଦ୍ଧିତ ହୋଇ ଜଟଣୀ ଓ ବାଲିଅନ୍ତା ଅଞ୍ଚଳକୁ ପରିବ୍ୟାପ୍ତ ହୋଇଛି। ସେସବୁ ଅଞ୍ଚଳରେ ବହୁ ଆବାସିକ କଲୋନୀ ଗଢି ଉଠିଛି। ଆବାସିକ କଲୋନୀଗୁଡିକରେ ଆଭ୍ୟନ୍ତରୀଣ ରାସ୍ତା ଓ ବିଦ୍ୟୁତୀକରଣ ସମସ୍ୟା ଦୀର୍ଘ ଦିନର ଦାବୀ ଥିଲା।

ସୂଚନାଯୋଗ୍ୟ ଯେ, ୪୨୯ଟି ରାସ୍ତା ପ୍ରକଳ୍ପ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ୧୪୦ଟି, ଜଟଣୀ ବ୍ଲକରେ ୨୪୬ଟି ଓ ବାଲିଅନ୍ତା ବ୍ଲକର ୪୩ଟି ପ୍ରକଳ୍ପ ରହିଛି। ଏସବୁ ଅଞ୍ଚଳରେ ରାସ୍ତା ନିର୍ମାଣ, ଉନ୍ନତିକରଣ ଓ ବିଦ୍ୟୁତୀକରଣ କାର୍ଯ୍ୟ କରାଯିବ। ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୩ ଲକ୍ଷରୁ ଅଧିକ ଜନସାଧାରଣ ଉପକୃତ ହେବେ। ପ୍ରକଳ୍ପ କାର୍ଯ୍ୟ ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇ

Tags: