ଆଲୋଚନା ସକାରାତ୍ମକ -ବସ ମାଲିକ ସଂଘ

ଭୂବନେଶ୍ୱର : ସରିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବସ୍ ମାଲିକ ସଂଘର ବୈଠକ । ସକାରାତ୍ମକ ହୋଇଛି ରାଜ୍ୟ ସରକାରଙ୍କ ସହ ଘରୋଇ ବସ୍ ମାଲିକ ସଂଘର ଆଲୋଚନା । ସରକାର ଲିଖିତ ପ୍ରତିଶ୍ରୁତି ଦେବା ପରେ ଧର୍ମଘଟ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ଷ୍ଟିଅରିଂ କମିଟି ବୈଠକ ପରେ ସଂଘ ଚୂଡାନ୍ତ ନିଷ୍ପତ୍ତି ନେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ। ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ […]

Samaya Live Picture
Published On

ଭୂବନେଶ୍ୱର : ସରିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବସ୍ ମାଲିକ ସଂଘର ବୈଠକ । ସକାରାତ୍ମକ ହୋଇଛି ରାଜ୍ୟ ସରକାରଙ୍କ ସହ ଘରୋଇ ବସ୍ ମାଲିକ ସଂଘର ଆଲୋଚନା । ସରକାର ଲିଖିତ ପ୍ରତିଶ୍ରୁତି ଦେବା ପରେ ଧର୍ମଘଟ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ଷ୍ଟିଅରିଂ କମିଟି ବୈଠକ ପରେ ସଂଘ ଚୂଡାନ୍ତ ନିଷ୍ପତ୍ତି ନେବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ଘରୋଇ ବସ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ।

ସରକାରଙ୍କ ‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ କରି ଆସନ୍ତାକାଲି ଧର୍ମଘଟ ଡାକରା ଦେଇଛି ଘରୋଇ ବସ ମାଲିକ ସଂଘ । ସରକାର ଦାବି ପୂରଣ ନକରିବା ଯାଏ ରାଜ୍ୟରେ ଅନିର୍ଦ୍ଦିଷ୍ଟକାଳ ପାଇଁ ବସ ଗଡିବ ନାହିଁ ବୋଲି ସଂଘ ନିଷ୍ପତ୍ତି ନେଇଛି ।

ଆଜି ପୂର୍ବାହ୍ନରେ ଭୁବନେଶ୍ୱରରେ ସିଏମ୍ଓ-ବସ୍ ମାଲିକ ସଂଘ ବୈଠକ ବସିଥିଲା। ବୈଠକ ଦୀର୍ଘ ସମୟ ଚାଲିଥିଲେ ବି କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ହୋଇ ପାରି ନ ଥିବା ଜଣାଯାଇଛି। ସୂଚନାନୁସାରେ, ୧୦ ଅକ୍ଟୋବର ଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘରୋଇ ବସ ମାଲିକ ସଂଘ ଧର୍ମଘଟକୁ ଓହ୍ଲାଇବାକୁ ଚେତାବନୀ ଦେଇଥିଲା । ଗତ କାଲି ରବିବାର ଅଲ ଓଡିଶା ଘରୋଇ ବସ ମାଲିକ ସଂଘର ସାଧାରଣ ପରିଷଦ ବୈଠକ ପରେ ଏହି ଘୋଷଣା ହୋଇଥିଲା । ସରକାର ଆଲୋଚନାକୁ ଡାକିଲେ ନାହିଁ କି ଉଠାଯାଇଥିବା ଦାବି ମାନିଲେ ନାହିଁ ବୋଲି ସଂଘ ଅଭିଯୋଗ କରିଛି । ତେଣୁ ଦାବି ପୂରଣ ନ ହେବା ଯାଏଁ ଘରୋଇ ବସ ଚଳାଚଳ ବନ୍ଦ ରଖିବାକୁ ଘୋଷଣା କରିଛି ଘରୋଇ ବସ ମାଲି ସଂଘ । ବସ ମାଲିକଙ୍କ ଦାବି ହେଉଛି, ନୂଆ ବସ ଅଣାନଯାଇ ଘରୋଇ ବସକୁ ‘ଲକ୍ଷ୍ମୀ’ ଯୋଜନାରେ ଲିଜରେ ନେଇ ସରକାର ଚଳାନ୍ତୁ ।

‘ଲକ୍ଷ୍ମୀ’ ବସ ଚାଲିବାକୁ ଥିବା ଅଞ୍ଚଳରେ ସମୟ ନିର୍ଘଣ୍ଟ ସ୍ଥିର ହେଉ । ସେପଟେ ବସ ସଂଘର ଦାବିକୁ ସମର୍ଥନ କରିଛି କଂଗ୍ରେସ । କଂଗ୍ରେସ କହିଛି, ନିର୍ବାଚନ ପାଖେଇ ଆସିଲେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରନ୍ତି । ଏଥିରେ କିଛି ନୂତନତ୍ୱ ନାହିଁ । କେବଳ ବସ ମାଲିକ ସଂଘ ନୁହେଁ ଅନେକ ସଂଘ ବିଭିନ୍ନ ଦାବି ନେଇ ଆନ୍ଦୋଳନ କରୁଛନ୍ତି । ଏହାର ଅର୍ଥ ସମସ୍ତେ ଅସୁରକ୍ଷିତ ।

Tags: